୮ ତାରିଖ ସୁଦ୍ଧା ବାତ୍ୟା ଚିତ୍ର ସ୍ପଷ୍ଟ ହେବ, କହିଲେ IMD DG

ସମ୍ଭାବ୍ୟ ବାତ୍ୟାକୁ ନେଇ ଏବେ ଜୋରଦାର ପ୍ରସ୍ତୁତ । ଏହାର ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରସ୍ତୁତ ଅଛନ୍ତି । ଆସନ୍ତାକାଲି ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ପାଖାପାଖି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ଏହାର ପ୍ରଭାବରେ ୭ ତାରିଖରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ପରବର୍ତ୍ତୀ ସମୟରେ ଏହା ଅବପାତ ଏବଂ ସାମୁଦ୍ରିକ ଝଡ଼ ରୂପ ନେଇପାରେ ।

ସାମୁଦ୍ରିକ ଝଡ଼ ରୂପ ନେବା ପରେ ବଙ୍ଗୋପସାଗରରୁ ଧୀରେ ଧୀରେ ଉତ୍ତର ଆଡ଼କୁ ଗତି କରିବା ସମ୍ଭାବନା ରହିଛି । ଏବେ ଠାରୁ ଏହାର ତୀବ୍ରତା ଓ ଗତିପଥ ଆକଳନ କରାଯାଇପାରିବ ନାହିଁ । ଓଡ଼ିଶା ଉପରେ ପ୍ରଭାବ ରହିବ କି ନାହିଁ ସେ ନେଇ ପରବର୍ତ୍ତୀ ସମୟରେ ସ୍ପଷ୍ଟ ହେବ । ସାଧାରଣତଃ ଖରାଦିନ ଅର୍ଥାତ୍ ମେ’ରେ ଟିକେ ଟେନସନ୍ ବଢ଼ିଥାଏ ।

ଅକ୍ଟୋବର, ନଭେମ୍ବର, ଡିସେମ୍ବରରେ ମଧ୍ୟ ବାତ୍ୟା ହୋଇଥାଏ । ପୂର୍ବରୁ ଏହି ବାତ୍ୟା ଗୁଡ଼ିକର ପ୍ରଭାବ ଓଡ଼ିଶା ଉପରେ ପଡ଼ିଛି । ତେବେ ସବୁଥର ପ୍ରଭାବ ପଡ଼ିବ ବୋଲି ସେମିତି କିଛି କହିପାରିବା ନାହିଁ । ପ୍ରଥମେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ହିଁ ଆକଳନ କରିହେବ । ଏବେଠୁ ଆକଳନ କରାଯାଇପାରିବ ନାହିଁ ବୋଲି କହିଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ।

Leave a Reply

Your email address will not be published. Required fields are marked *