ଆଜିଠୁ ଆରମ୍ଭ ହେଉଛି ବିଶ୍ଵ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା

ଆଜିଠୁ ମଥୁରାରେ ଆରମ୍ଭ ହେବ କଂସ ରାଜୁତି । ଆଜିଠୁ ଆରମ୍ଭ ହେଉଛି ବିଶ୍ଵ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବ । ଆଜିଠୁ ଆରମ୍ଭ ହୋଇ ଏହା ଆସନ୍ତା ୧୩ ତାରିଖ ଯାଏଁ, ଅର୍ଥାତ୍ ୧୧ ଦିନ ଧରି ଚାଲିବ | ମହାରାଜା କଂସଙ୍କ ଅଟହାସ୍ୟରେ ପ୍ରକମ୍ପିତ ହେବ ମଥୁରା ନଗରୀ ପାଲଟିଥିବା ବରଗଡ଼ ସହର । ବରଗଡ଼ ଧନୁଯାତ୍ରା ଚଳିତଥର ୭୭ ବର୍ଷରେ ପଦାର୍ପଣ କରିଛି । ଚଳିତ ବର୍ଷ ବରଗଡ଼ ଧନୁଯାତ୍ରାକୁ ଅଧିକ ଆକର୍ଷଣୀୟ କରିବା ପାଇଁ ଆୟୋଜକ କମିଟି ଲାଗି ପଡିଥିବା ବେଳେ ମଥୁରାବାସୀ ଅପେକ୍ଷା କରି ରହିଛନ୍ତି ସେହି ଶୁଭମୁହୁର୍ତ୍ତକୁ । ଅମ୍ବାପାଲି ପଲଟିଯିବ ଗୋପପୁର ଓ ସହର ମଧ୍ୟରେ ବହି ଯାଉଥିବା ଜୀରା ନଦୀ ପାଲଟିଯିବ ଯମୁନା ନଦୀ । ଏଥିପାଇଁ ସଜେଇ ହୋଇଛି ପୁରା ବରଗଡ଼ ସହର । ବରଗଡ଼ ହାଟପଦା ଠାରେ ମହାରଜ କଂସଙ୍କ ପ୍ରାୟ ୬୦ ଫୁଟ ଉଚ୍ଚତା ଏବଂ ୧୨୦ ଫୁଟ ପ୍ରସ୍ଥର ରାଜଦରବାର ନିର୍ମାଣ ସରିଛି । ଚଳିତବର୍ଷ କଂସଙ୍କ ରାଜଦରବାର ଯେପରି ଅଧିକ ଆକର୍ଷଣୀୟ ହୋଇପାରିବ ସେନେଇ କମିଟି ଅଧିକ ଗୁରୁତ୍ୱ ଦେଉଛି । ସେହିପରି ସ୍ଥାନୀୟ ଲୋକ ମଣ୍ଡପ ପଡ଼ିଆରେ ମହାରାଜ କଂସଙ୍କ ରଙ୍ଗ ମହଲର ନିର୍ମାଣ ଚାଲିଛି । ସେପଟେ ଲୋକଙ୍କ ସୁରକ୍ଷା ପାଇଁ ୨୦ ପ୍ଲାଟୁନ ପୋଲିସ ଫୋର୍ସ ଓ ୧୫୦ ଜଣ ଅଫିସର ଧନୁଯାତ୍ରାରେ ନିୟୋଜିତ ହେବେ । ଲୋକମାନେ ଧନୁଯାତ୍ରାକୁ କିଭଳି ଭଲ ଭାବରେ ଉପଭୋଗ କରିପାରିବେ ସେଥିପାଇଁ ବରଗଡ଼ ପୋଲିସ୍ ସମସ୍ତ ପ୍ରସ୍ତୁତି କରିଛି ।

Leave a Reply

Your email address will not be published. Required fields are marked *