ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମଥର ଲୋକସେବା ଭବନରୁ କାର୍ଯ୍ୟ ଆରମ୍ଭ କରିଛନ୍ତି ମୋହନ ବାବୁ

ଶପଥ ନେବାର ୨୨ ଦିନ ପରେ ଆଜିଠୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଲୋକସେବା ଭବନରୁ ବିଧିବଦ୍ଧ ଭାବେ କାମ ଆରମ୍ଭ କରିଛନ୍ତି। ଏହି ଅବସରରେ ସେ କହିଛନ୍ତି ଓଡିଆ ଭାଷାରେ ସରକାରୀ କାର୍ଯ୍ୟ ହେବ । ଏଥିପାଇଁ ଆବଶ୍ୟକ ପଡିଲେ ଆଇନଗତ ସଂଶୋଧନ ହେବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଓଡ଼ିଆ ଭାଷା ପ୍ରତିଷ୍ଠାନର ପୁନର୍ଗଠନ କରାଯିବ । ଓଡ଼ିଆ ଭାଷାର ପ୍ରଚାର ପ୍ରସାର ପାଇଁ କମିଶନ ଗଠନ ହେବ । ଓଡିଆ ଭାଷାରେ ହେବ ସମସ୍ତ ସରକାରୀ କାର୍ଯ୍ୟ । ଆବଶ୍ୟକ ପଡିଲେ ଆଇନରେ ହେବ ସଂଶୋଧନ ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଭୌତିକ ପ୍ରଗତି ସହ ସାଂସ୍କୃତିକ ପ୍ରଗତିକୁ ଗୁରୁତ୍ୱ ଦିଆଯିବ। ଓଡ଼ିଆ ଅସ୍ମିତା ସଂରକ୍ଷଣ ଓ ପ୍ରସାର ଉପରେ ଗୁରୁତ୍ୱାରୋପ କରାଯାଇଛି। ସାହିତ୍ୟ, କଳା, ସଙ୍ଗୀତ ଓ ଲଳିତ କଳା ଏକାଡେମୀର ପୁନଃଗଠନ ପାଇଁ ପଦକ୍ଷେପ ନେବେ ସରକାର ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

Leave a Reply

Your email address will not be published. Required fields are marked *