କାଦୁଆ ଯୋଡ଼ାବନ୍ଧ ଗାଁରେ ଗୁପ୍ତାଙ୍ଗ କାଟି ଯୁବକଙ୍କୁ ହତ୍ୟା, ମୃତ ଦେହ କାଜୁ ଜଙ୍ଗଲରୁ ଉଦ୍ଧାର

ଗୁପ୍ତାଙ୍ଗ କାଟି ଯୁବକଙ୍କୁ ହତ୍ୟା । ଘଟଣା ଯେତିକି ବିଭତ୍ସ, ସେତିକି ଜଘନ୍ୟ, ସେତିକି ଭୟାନକ ମଧ୍ଯ । ଘଟଣାଟି ଗଞ୍ଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ଥାନା ଅଧିନ କାଦୁଆ ଯୋଡ଼ାବନ୍ଧ ଗାଁରେ ଘଟିଛି । ମୃତକଙ୍କ ନାଁ ଚିତ ରଞ୍ଜନ ସାହୁ ବୟସ ପାଖାପାଖି ୪୩ ବର୍ଷ । ଚିତରଞ୍ଜନ ଗତକାଲି ସଂଧ୍ୟାରୁ ଘରକୁ ଫେରି ନଥିଲେ , ତେଣୁ ରାତିରେ ତାଙ୍କ ବଡ଼ ଭାଇ ସୀମାଞ୍ଚଳ ସାହୁ ଓ ଜେଜେବାପା ଦଣ୍ଡପାଣି ସାହୁ ଖୋଜାଖୋଜା କରିଥିଲେ । ହେଲେ ଚିତରଞ୍ଜନଙ୍କ ପତ୍ତା ମିଳି ନଥିଲା ।

ନିରାଶ ହୋଇ ସେମାନେ ଘରକୁ ଫେରି ଆସିଥିଲେ । ଆଜି ସକାଳେ ଚିତରଞ୍ଜନଙ୍କ ମୃତଦେହ ନିକଟରେ ଥିବା କାଜୁ ତୋଟାରେ ପଡ଼ିଥିବା କିଛି ଗ୍ରାମବାସୀ ଦେଖିବାକୁ ପାଇଥିଲେ । ଏନେଇ ପୁଲିସକୁ ଖବର ଦିଆଯାଇଥିଲା । ତେବେ ଜଗନ୍ନାଥ ପ୍ରସାଦ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ଭଞ୍ଜନଗର ଉପଖଣ୍ଡ ମେଡିକାଲକୁ ପଠାଇଛି । ଅନ୍ୟପଟେ ଛତ୍ରପୁର ସାଇଣ୍ଟିଫିକ୍ ଟିମ୍ ସହ ସନ୍ଧାନି କୁକୁର ମଧ୍ୟ ଘଟଣା ସ୍ଥଳରେ ପହଞ୍ଚି ଛାନ୍ ଭିନ୍ ଆରମ୍ଭ କରିଛି ।ତେବେ କିଏ ଓ କାହିଁକି ଏହି ହତ୍ୟା କରିଛି ତାହାର କାରଣ ଏପର୍ଯ୍ଯନ୍ତ ଜଣାପଡିନାହିଁ…

ଭଞ୍ଜନଗର, ଗଞ୍ଜାମରୁ ରାଜେଶ୍ ଆଲଟିଆଙ୍କ ରିପୋର୍ଟ, #Suchanatv24x7

Leave a Reply

Your email address will not be published. Required fields are marked *