ଆକ୍ସନ ମୋଡରେ ଭିଜିଲାନ୍ସ । ପୁଣି ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଫରେଷ୍ଟ ରେଞ୍ଜର କାହ୍ନୁ ଚରଣ ପଟ୍ଟନାୟକ ଘରେ ରେଡ୍ । ଦିଗପହଣ୍ଡି ରେଞ୍ଜରଙ୍କ ଗାଡ଼ିରୁ ମିଳିଲା 1 ଲକ୍ଷ ୫୮ ହଜାର ଟଙ୍କା । ଏତେ ଟଙ୍କା କେଉଁଠୁ ଆସିଲା, ଦେଇପାରିଲେନି ଉତ୍ତର । ଫଳରେ ଘରେ ଛାପା ମାରିଛି ଭିଜିଲାନ୍ସ । ରେଞ୍ଜନ କାହ୍ନୁଚରଣ ପଟ୍ଟନାୟକଙ୍କ ଘର ସମେତ ଦିଗପହଣ୍ଡି ସରକାରୀ କାର୍ଯ୍ୟାଳୟ, ସରକାରୀ ବାସଭବନରେ ଜାରି ରହିଛି ଚଢ଼ାଉ । ସୂଚନା ଅନୁସାରେ ଗତକାଲି ବିଳମ୍ବିତ ରାତିରେ ଦିଗପହଣ୍ଡିସ୍ଥିତ କାର୍ଯ୍ୟାଳୟରୁ ଘରକୁ ଫେରୁଥିବା ବେଳେ ଗଣିଆନାଳ ଛକରେ ତାଙ୍କ ଗାଡିରୁ ନଗଦ 1 ଲକ୍ଷ ୫୮ହଜାର ଟଙ୍କା ଜବତ କରିଥିଲା ବ୍ରହ୍ମପୁର ଭିଜିଲାନ୍ସ ଟିମ୍ । ତେବେ ଏହି ଟଙ୍କା ଅନୈତିକ ଉପାୟରେ ଅଣାଯାଇଥିବା ସନ୍ଦେହ କରି ଛଡ଼ାଉ କରିଛି ଭିଜିଲାନ୍ସ। କେବଳ ଗାଡିରୁ ନୁବେଁ ସରକାରୀ ବାସଭବନ ସମେତ ଘରୁ ମିଳିଛି ଟଙ୍କା । ରାତି ତମାମ ଭିଜିଲାନ୍ସ ଟିମ ତଦନ୍ତ କରୁଥିବା ବେଳେ ଦିଗପହଣ୍ଡି କାର୍ଯ୍ୟାଳୟ ଏବଂ ସରକାରୀ ବାସଭବନରେ ରାତି ୨ଟା ବେଳେ ୬ ଜଣିଆ ଟିମ୍ ଆସି ଫେରିଛନ୍ତି । ବ୍ରହ୍ମପୁର ତୁଳସୀନଗର ୭ନମ୍ବର ଲାଇନରେ ଚଢ଼ାଉ ଜାରି ରହିଛି ।