ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗରେ ସରକାରଙ୍କୁ ଜବାବ ତଲବ

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ଜବାବତଲବ କରିଛନ୍ତି ଓଡ଼ିଶା ଉଚ୍ଚ ନ୍ୟାୟାଳୟ । ଓଡ଼ିଶା ମୁଖ୍ୟ ଶାସନ ସଚିବ ଓ ଆଇନ ସଚିବଙ୍କୁ ହାଇକୋର୍ଟ ନୋଟିସ ଜାରି କରି ମାଗୁଛନ୍ତି ଜବାବ।ସମାଜସେବୀ ଦିଲ୍ଲୀପ ବରାଳଙ୍କ ଆବେଦନ ଉପରେ କଠୋର ଆଭିମୁଖ୍ୟ ଗ୍ରହଣ କରି ନୋଟିସ କରିଛନ୍ତି ହାଇକୋର୍ଟ।
ଜଷ୍ଟିସ ରଘୁବୀର ଦାସ କମିଶନ ୨୦୧୮ ନଭେମ୍ବରରେ ରତ୍ନଭଣ୍ଡାର ଚାବି ହଜିବା ଘଟଣାର ତଦନ୍ତ ସାରି ସରକାରଙ୍କ ଆଇନ ବିଭାଗକୁ ହସ୍ତାନ୍ତର କରିଥିଲେ। କିନ୍ତୁ ଏଯାବତ୍ ରିପୋର୍ଟକୁ ସରକାର ସାର୍ବଜନୀନ କରି ନାହାନ୍ତି। ଏହାକୁ ନେଇ ସମାଜସେବୀ ବରାଳ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ । ଯାଚିକାକୁ ଗ୍ରହଣ କରି ହାଇକୋର୍ଟ ନୋଟିସ ଓଡ଼ିଶା ମୁଖ୍ୟ ଶାସନ ସଚିବ ଓ ଆଇନ ସଚିବଙ୍କୁ ଜାରି କରିଛନ୍ତି। ଆସନ୍ତା ଜୁଲାଇ ୧୦ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ।

ସୂଚନାଯୋଗ୍ୟ, ୨୦୧୮ରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗରେ ତଦନ୍ତ କମିସନ ଆଇନ ବିଭାଗ ଓ ଗୃହ ବିଭାଗକୁ ୩୨୪ ପୃଷ୍ଠାର ପୂର୍ଣ୍ଣାଙ୍ଗ ରିପୋର୍ଟ ଦାଖଲ କରିଥିଲେ। କମିସନ ବାବଦକୁ ରାଜକୋଷରୁ ୨୨ଲକ୍ଷ ୨୭ହଜାର ୯୧୮ ଟଙ୍କା ଖର୍ଚ୍ଚ

Leave a Reply

Your email address will not be published. Required fields are marked *