୧୫ ଜିଲ୍ଲାକୁ ଝଡ଼ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି

ରାଜ୍ୟରେ ୨୬ ତାରିଖ ଯାଏ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଲାଗି ରହିବ । ବିଶେଷକରି ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରଭାବ ଅଧିକ ରହିବ । ଆଜି ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ୧୫ ଜିଲ୍ଲାକୁ ୟେଲୋ ଚେତାବନୀ ଦିଆଯାଇଛି । ସେହିପରି ୫ ଜିଲ୍ଲା କଟକ, ଜଗତସିଂହପୁର, ନୟାଗଡ଼, ଖୋର୍ଦ୍ଧା ଓ ପୁରୀରେ ବିଜୁଳି ଘଡ଼ଘଡ଼ି ଆଶଙ୍କା ରହିଛି । ସେପଟେ ପଶ୍ଚିମ ରାଜସ୍ଥାନ ଏବଂ ଗୁଜରାଟର କଚ୍ଛ ସହ ପଞ୍ଜାବ ଓ ହରିଆନାରୁ ଦକ୍ଷିଣପଶ୍ଚିମ ମୌସୁମୀ ବାୟୁର ଲେଉଟାଣି ଆରମ୍ଭ ହୋଇଛି । ମୌସୁମୀ ଅପସାରଣ ପାଇଁ ପାଗ ମଧ୍ୟ ଅନୁକୂଳ ରହିଥିବା ପାଣିପାଗ କେନ୍ଦ୍ର ସୂଚନା ଦେଇଛି । ତେବେ ୨୭ ପରେ ପାଗରେ ପରିବର୍ତ୍ତନ ହେବ ବୋଲି ଆଶା ରଖାଯାଇଛି।

Leave a Reply

Your email address will not be published. Required fields are marked *