ରାଜ୍ୟରେ ପ୍ରବଳ ବର୍ଷା, ଜିଲ୍ଲାପାଳଙ୍କୁ ସତର୍କ ସୁଚନା

ଉତ୍ତର ବଙ୍ଗୋପସାଗର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପ୍ରଭାବରେ ଉତ୍ତର ଓଡ଼ିଶା ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆଗାମୀ ୪ ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗକେନ୍ଦ୍ର। ସେପଟେ ବଙ୍ଗୋପସାଗରରେ ସୃଷ୍ଟି ହେଲା ଆଉ ଏକ ଲଘୁଚାପ, ଉତ୍ତର ଓ ଉପପୂଳ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା। ଉତ୍ତର ଓଡ଼ିଶାରେ ବନ୍ୟା ଆଶଙ୍କା ଥିବା ବେଳେ ୧୩ ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ସ୍ବତନ୍ତ୍ର ରିଲିଫ୍ କମିଶନର। ତେବେ ସେହି ସବୁ ଜିଲ୍ଲାଗୁଡିକ ହେଉଛି ମୟୁରଭଞ୍ଜ, ବାଲେଶ୍ବର, ସୁନ୍ଦରଗଡ଼, ଭଦ୍ରକ, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଯାଜପୁର, ଢେଙ୍କାନାଳ ଓ ଅନୁଗୁଳ ।ଉତ୍ତର ବଙ୍ଗୋପସାଗର ଓ ବାଂଲାଦେଶ ସଂଲଗ୍ନ ଅଂଚଳରେ ଲଘୁଚାପ କ୍ଷେତ୍ରଟି ସୃଷ୍ଟି ହୋଇଥିବା ସୂଚନା

Leave a Reply

Your email address will not be published. Required fields are marked *