ତାତିରେ ରାଜ୍ୟବାସୀ କଲବଲ, ଝାରସୁଗୁଡ଼ାରେ ସ୍ଥିତି ଅସମ୍ଭାଳ

ପ୍ରଚଣ୍ଡ ତାତିରେ କଲବଲ ହେଉଛନ୍ତି ରାଜ୍ୟବାସୀ । ସକାଳୁ ସକାଳୁ ଅନୁଭୂତ ହେଲାଣି ଟାଣ ଖରା । ସକାଳ ସାଢ଼େ ୮ଟା ସୁଦ୍ଧା ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ ସହର ହୋଇଛି । ଝାରସୁଗୁଡ଼ାରେ ପାରଦ ୩୪ ଡିଗ୍ରୀ, କେନ୍ଦୁଝରରେ ତାପମାତ୍ରା ୩୩.୬ ଡିଗ୍ରୀ ରହିଥିଲା । ରାଜଧାନୀ ଭୁବନେଶ୍ୱରରେ ତାପମାତ୍ରା ୩୧.୪ ଡିଗ୍ରୀ ରେକର୍ଡ କରାଯାଇଛି ।

ଆଜି ପାଇଁ ୬ଟି ଜିଲ୍ଲାକୁ ହିଟୱେଭ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ସେହି ଜିଲ୍ଲାଗୁଡ଼ିକ ମଧ୍ୟରେ ରହିଛି ସମ୍ବଲପୁର,ସୋନପୁର,ବୌଦ୍ଧ, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼। ତେବେ ଆସନ୍ତାକାଲି ଠାରୁ ପାଗରେ ପରିବର୍ତ୍ତନ ହେବା ସମ୍ଭାବନା ରହିଛି । କାଳବୈଶାଖୀ ପ୍ରଭାବରେ ଆସନ୍ତାକାଲି ଅର୍ଥାତ୍ ୨୧ରୁ ୨୩ ତାରିଖ ମଧ୍ୟରେ ରାଜ୍ୟର ଅଧିକାଂଶ ସହର ତାପମାତ୍ରା ୨ରୁ ୪ ଡିଗ୍ରୀ କମିପାରେ ।

ଆସନ୍ତାକାଲି ରାଜ୍ୟର ୮ଟି ଜିଲ୍ଲାରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଛି । ଗଜପତି,ଗଞ୍ଜାମ,ନବରଙ୍ଗପୁର,କଳାହାଣ୍ଡି,କନ୍ଧମାଳ ଓ ରାୟଗଡ଼ା କୋରାପୁଟ,ମାଲକାନଗିରି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ବର୍ଷା ହୋଇପାରେ । ସେହିପରି ୨୨ ଓ ୨୩ ତାରିଖରେ ବର୍ଷା ଆଶଙ୍କା ନେଇ ଆକଳନ କରିଛି ପାଣିପାଗ ବିଭାଗ ।

Leave a Reply

Your email address will not be published. Required fields are marked *