
ଯାଜପୁର ଦେବୀଦ୍ୱାରସ୍ଥିତ ବିରଜା ଉଚ୍ଚ ବିଦ୍ୟାଳୟ ପରିସରରେ ମାଧ୍ୟମିକ ସ୍କୁଲ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ପକ୍ଷରୁ ଅବସରକାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି । ଓସ୍ତା ସଂଘର ସଭାପତି ସୁନନ୍ଦ କୁମାର ରାଉତଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିଲା ଏହି କାର୍ଯ୍ୟକ୍ରମ ।

କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଭୂଲେଖ ବନ୍ଦୋବସ୍ତର ଅତିରିକ୍ତ ଆୟୁକ୍ତ ଅକ୍ଷୟ କୁମାର ମଲ୍ଲିକ ଯୋଗଦେଇ ଏହାକୁ ଉଦଘାଟନ କରିଥିଲେ । ମୁଖ୍ୟବକ୍ତା ଭାବେ ସ୍କୁଲ ଓ ଗଣଶିକ୍ଷା ବିଭାଗର ପୂର୍ବତନ ନିର୍ଦ୍ଦେଶକ ଶରତ ଚନ୍ଦ୍ର ବିଶ୍ୱାଳ ଯୋଗଦେଇଥିଲେ । ଏହି ଅବସରରେ ଜିଲ୍ଲା ଶିକ୍ଷା ଅଧିକାରୀ ରଞ୍ଜନ କୁମାର ଗିରିଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ଦିଆଯାଇଥିଲା ।

କାର୍ଯ୍ୟକ୍ରମରେ ଜିଲ୍ଲାର ବ୍ଳକ୍ ଶିକ୍ଷାଧିକାରୀମାନଙ୍କ ସମେତ ବିଭିନ୍ନ ଶିକ୍ଷକ ସଂଗଠନର ଶିକ୍ଷକଶିକ୍ଷୟିତ୍ରୀ, କର୍ମଚାରୀ ସଙ୍ଘର କର୍ମକର୍ତ୍ତା ଉପସ୍ଥିତ ଥିଲେ । ରଞ୍ଜନ ଗିରିଙ୍କ ବ୍ୟକ୍ତିତ୍ୱ ଓ ତାଙ୍କ ଦକ୍ଷତା ସମ୍ପର୍କରେ ସମସ୍ତେ ଆଲୋଚନା କରିଥିଲେ । ଜିଲ୍ଲା ଶିକ୍ଷା ଅଧିକାରୀ ରଞ୍ଜନ କୁମାର ଗିରିଙ୍କୁ ବିଭିନ୍ନ ସଂଗଠନ ପକ୍ଷରୁ ପୁଷ୍ପଗୁଚ୍ଛ, ମାନପତ୍ର ପ୍ରଦାନ କରାଯାଇଥିଲା ।
