
ଯାଜପୁର ଗୌତମ ବୁଦ୍ଧ ସଂସ୍କୃତି ଭବନ ପରିସରରେ ସ୍ୱର୍ଗତ ଅନାଦି ଚରଣ ଦାସଙ୍କ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଯାଇଛି । ସ୍ମୃତି ସଂସଦ ପକ୍ଷରୁ ଏହି ଶ୍ରଦ୍ଧାଞ୍ଜଳି ସଭାର ଆୟୋଜନ କରାଯାଇଥିଲା । ବରିଷ୍ଠ କଂଗ୍ରେସ ନେତା ଦେବେନ୍ଦ୍ର ପଣ୍ଡାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିଲା ଏହି କାର୍ଯ୍ୟକ୍ରମ ।

ଏହି ଶ୍ରଦ୍ଧାଞ୍ଜଳି ସଭାକୁ ପୂର୍ବତନ ପିସିସି ସଭାପତି ଜୟଦେବ ଜେନା ଉଦଘାଟନ କରିଥିଲେ । ଏଥିରେ ପୂର୍ବତନ ରାଜ୍ୟସଭା ସାଂସଦ ରାମଚନ୍ଦ୍ର ଖୁଣ୍ଟିଆ, ଜିଲ୍ଲା କଂଗ୍ରେସ ସଭାପତି ମନୋଜ ରାଉତ, ଜିଲ୍ଲା ବିଜେଡି ସଭାପତି ସରୋଜ ମହାପାତ୍ର, ପୂର୍ବତନ ସାଂସଦ ଅଞ୍ଚଳ ଦାସ,ବରିଷ୍ଠ ବିଜେପି ନେତା ରମେଶ ସାମଲ ଯୋଗ ଦେଇଥିଲେ ।

ଅନ୍ୟମାନଙ୍କ ମଧ୍ୟରେ ରାଜ୍ୟ ମହିଳା କଂଗ୍ରେସ ସଭାନେତ୍ରୀ ବନ୍ଦିତା ପରିଡ଼ା, ବରିଷ୍ଠ ରାଜନେତା ଶିଶିର ନାୟକ, ସନ୍ତୋଷ ନନ୍ଦ, ସିପିଆଇ ନେତା ମଳୟ ପଣ୍ଡା ପ୍ରମୁଖ ଯୋଗଦେଇ ସ୍ୱର୍ଗତ ଦାସଙ୍କ ସ୍ମୃତି ଚାରଣ କରିଥିଲେ । ଏହି ଅବସରରେ ଜିଲ୍ଲା ସମେତ ରାଜ୍ୟର ବହୁ ବରିଷ୍ଠ ନେତା ଓ କର୍ମକର୍ତ୍ତାମାନେ ଉପସ୍ଥିତ ରହି ସ୍ୱର୍ଗତ ଦାସଙ୍କ କାର୍ଯ୍ୟ ଦକ୍ଷତା ଓ ଜିଲ୍ଲା ପ୍ରତି ଥିବା ଅବଦାନକୁ ମନେ ପକାଇଥିଲେ ।
