ଝାରସୁଗୁଡ଼ା ଦାୟିତ୍ୱରେ ବିଜେଡିର ୩ ନେତା…କାହାକୁ ମିଳିବ କଂଗ୍ରେସ,ବିଜେପି ଟିକେଟ ?

BJD

ଝାରସୁଗୁଡ଼ା ଉପନିର୍ବାଚନ(bypoll) ପାଇଁ ବିଜେଡି ପକ୍ଷରୁ ୩ ବରିଷ୍ଠ ନେତାଙ୍କୁ ଦାୟିତ୍ୱ ଦିଆଯାଇଛି । ପୂର୍ବତନ ସାଂସଦ ପ୍ରସନ୍ନ ଆଚାର୍ଯ୍ୟ, ସାରଦା ପ୍ରସାଦ ନାୟକ ଓ ବିଧାୟକ ଦେବୀ ପ୍ରସାଦ ମିଶ୍ରଙ୍କୁ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ଦେଇଛି ବିଜୁ ଜନତା ଦଳ(BJD) । ପୂର୍ବରୁ ସାରଦା ପ୍ରସାଦ ନାୟକଙ୍କୁ ଝାରସୁଗୁଡ଼ା ଜିଲ୍ଲା ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ଦିଆଯାଇଥିଲା ।

ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ବିଜେଡି ସ୍ୱତନ୍ତ୍ର ରଣନୀତି କରିଛି । ଆସନ ହାତେଇବା ଲକ୍ଷ୍ୟରେ ସ୍ୱର୍ଗତଃ ନବ କିଶୋର ଦାସଙ୍କ ଝିଅ ଦୀପାଳି ଦାସଙ୍କୁ ପ୍ରାର୍ଥୀ କରିଛି ବିଜେଡି । ମେ’ ୧୦ରେ ଉପନିର୍ବାଚନ ପାଇଁ ଭୋଟିଂ ହେବ । ଏପ୍ରିଲ ୧୩ ତାରିଖରେ ଗେଜେଟ୍ ବିଜ୍ଞପ୍ତି ପ୍ରକାଶ ପାଇବା ସହିତ ନାମାଙ୍କନପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ ।

ଗତ ଜାନୁଆରୀ ୨୯ ତାରିଖରେ ତତ୍‌କାଳୀନ ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କୁ ଗୁଳି କରି ହତ୍ୟା କରାଯାଇଥିଲା । ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ମୃତ୍ୟୁ ପରେ ଝାରସୁଗୁଡ଼ା ବିଧାନସଭା ଆସନଟି ଖାଲି ପଡ଼ିଥିଲା । ଉପନିର୍ବାଚନ କରିବା ପାଇଁ ଗତ ମାର୍ଚ୍ଚ ୨୯ ତାରିଖରେ ନିର୍ବାଚନ କମିଶନ ତାରିଖ ଘୋଷଣା କରିଥିଲେ । ତେବେ ପ୍ରଥମେ ବିଜେଡି ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି । ଏଯାଏ କଂଗ୍ରେସ ଓ ବିଜେପି ନିଜ ନିଜ ପ୍ରାର୍ଥୀଙ୍କ ନାଁ ଘୋଷଣା କରିନାହାଁନ୍ତି ।

Leave a Reply

Your email address will not be published. Required fields are marked *