ଝାରସୁଗୁଡ଼ା ପାଇଁ ବିଜେଡି ପ୍ରାର୍ଥୀ ଘୋଷଣା…ଦୀପାଳି’ଙ୍କ ନାଁରେ ମୋହର

BJD CANDIDATE

ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ବିଜେଡି ପ୍ରାର୍ଥୀ ଘୋଷଣା କରିଛି । ଦୀପାଳି ଦାସ ହେଲେ ବିଜେଡି ପ୍ରାର୍ଥିନୀ । ତାଙ୍କ ନାଁ ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ପୂର୍ବତନ ମନ୍ତ୍ରୀ ନବକିଶୋର ଦାସଙ୍କ ଝିଅ ଦୀପାଳି । ମେ’୧୦ରେ ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ଭୋଟିଂ ହେବେ । ଏପ୍ରିଲ ୧୩ରେ ଗେଜେଟ୍ ବିଜ୍ଞପ୍ତି ପ୍ରକାଶ ପାଇବ । ୨୦ ତାରିଖ ନାମାଙ୍କନପତ୍ର ଦାଖଲ ଶେଷଦିନ । ମେ’୧୩ରେ ଭୋଟ୍ ଗଣତି ହେବ । ମେ’୧୫ରେ ନିର୍ବାଚନ ପ୍ରକ୍ରିୟା ଶେଷ ହେବ ।

Leave a Reply

Your email address will not be published. Required fields are marked *