ଅସୁସ୍ଥ ସୁନ୍ଦରଗଡ଼ ସାଂସଦ ତଥା କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ । ତାଙ୍କୁ ଦିଲ୍ଲୀ ଏମସର ନ୍ୟୁ ପ୍ରାଇଭେଟ୍ ୱାର୍ଡରେ ଭର୍ତ୍ତି କରାଯାଇଛି ।ସୋମବାର ବିଳମ୍ବିତ ରାତିରେ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିବା ବେଳେ ଚାଲିଛି ଚିକିତ୍ସା । ବର୍ତ୍ତମାନ ମନ୍ତ୍ରୀଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ଥିବା ଡାକ୍ତର କହିଛନ୍ତି।ଗତ ୧୧ରେ ଡେଙ୍ଗୁରେ ଆକ୍ରାନ୍ତ ହେବା ପରେ ଚିକିତ୍ସିତ ହେବା ପରେ ସୁସ୍ଥ ହୋଇ ଫେରିଥିଲେ ଜୁଏଲ୍ ଓରାମ । ଗତ ୩ ଦିନ ତଳେ ଜୁଏଲଙ୍କ ପତ୍ନୀ ଝିଙ୍ଗିଆ ଓରାମଙ୍କ ଦେହାନ୍ତ ହୋଇଥିଲା। ଝିଙ୍ଗିଆ ଓରାମ ୯ ଦିନ ଧରି ଡେଙ୍ଗୁରେ ଆକ୍ରାନ୍ତ ଥିବା ବେଳେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ।