ଭିଜିଲାନ୍ସ ଜାଲରେ କରଞ୍ଜିଆ ତହସିଲଦାର, ବିଭିନ୍ନ ସ୍ଥାନରେ ରେଡ୍

ଭିଜିଲାନ୍ସ ଜାଲରେ କରଞ୍ଜିଆ ତହସିଲଦାର ଚାର୍ଲସ ନାୟକ । ଚେକରେ ୧୨ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ଟିମ୍ । ଜମି କ୍ଷତିପୂରଣ ବାବଦରେ ୫୧୭୫୮୧୦ ଟଙ୍କା ଦେବାକୁ ଲାଞ୍ଚ ନେଉଥିଲେ ଚାଲ୍ସ ନାୟକ । ଏକକାଳୀନ ୪ଟି ସ୍ଥାନରେ କରଞ୍ଜିଆ ତହସିଲ ଅଫିସ,କରଞ୍ଜିଆସ୍ଥିତ କ୍ବାର୍ଟର୍ସ,ଭଦ୍ରକ ହସ୍ପିଟାଲ ନିକଟରେ ଥିବା ପୈତୃକ ଘର ଏବଂ କରଞ୍ଜିଆର ଛଡ଼େଇ ଭୋଲରେ ଭିଜିଲାନ୍ସ ରେଡ୍ କରିଛି ।

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ ପରେ ଭିଜିଲାନ୍ସ ରେଡ୍ କରିଛି । ବେଆଇନ୍ ଖଣି ଲିଜ୍ ଦେଇ ବିପୁଳ ଅର୍ଥ ରୋଜଗାର କରୁଥିବା ମଧ୍ୟ ଅଭିଯୋଗ ହୋଇଥିଲା। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଅସନ୍ତୋଷ ଦେଖାଦେବା ପରେ ଏବେ ବିଭିନ୍ନ ସ୍ଥାନରେ ରେଡ୍ କରିଛି ଟିମ୍ ।

ଚାର୍ଲସ ନାୟକ ପୂର୍ବରୁ ବାଲେଶ୍ବର ଜିଲ୍ଲା ସୋରରେ ତହସିଲଦାର ଥିଲେ । ସେଠାରେ ତାଙ୍କ ନାଁରେ ଦୁର୍ନୀତି ଅଭିଯୋଗ ଆସିଥିଲା । ତେଣୁ ତାଙ୍କୁ ଦୂର ଜିଲ୍ଲାକୁ ବଦଳି କରାଯାଇଥିଲା । ଏବେ ପୁଣି କରଞ୍ଜିଆ ତହସିଲଦାର ଭାବେ ଦାୟିତ୍ୱ ନେବା ପରେ ଦୁର୍ନୀତି, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଭଳି ଅଭିଯୋଗ ଆସିଛି । ତେଣୁ ତାଙ୍କ ନାଁରେ ଥିବା ସମ୍ପତ୍ତି ଅନ୍ୟାନ୍ୟ ଲିଙ୍କ୍ ଖୋଜୁଛି ଟିମ୍ । ଆଜି ସକାଳୁ ସକାଳୁ କଟକ ଭିଜିଲାନ୍ସ ଟିମ୍ କରଞ୍ଜିଆ ତହସିଲଦାର ଚାର୍ଲସ ନାୟକଙ୍କ ଘରେ ପହଞ୍ଚି ରେଡ୍ କରିଥିଲା।

Leave a Reply

Your email address will not be published. Required fields are marked *