ପ୍ରକାଶ ପାଇଲା ମାଟ୍ରିକ ରେଜଲ୍ଟ, ପାସହାରରେ ଛାତ୍ରୀ ଆଗୁଆ

ମାଟ୍ରିକ ପରୀକ୍ଷାର୍ଥୀଙ୍କ ପାଇଁ ଖୁସି ଖବର । ଦିନ ୧୦ଟାରେ ପ୍ରକାଶ ପାଇଛି ମାଟ୍ରିକ୍ ରେଜଲ୍ଟ । କଟକ ବୋର୍ଡ କାର୍ଯ୍ୟାଳୟରେ ଆନୁଷ୍ଠାନିକ ଭାବେ ରେଜଲ୍ଟ ପୁସ୍ତିକା ଉନ୍ମୋଚନ କରିଛନ୍ତି ବିଭାଗୀୟ ମନ୍ତ୍ରୀ ପ୍ରମିଳା ମଲ୍ଲିକ । ବୋର୍ଡ ଷ୍ଟାଫଙ୍କ ଉପସ୍ଥିତିରେ ମାଟ୍ରିକ ପରୀକ୍ଷା ଫଳ ଘୋଷଣା ହୋଇଛି । ଚଳିତଥର ମାଟ୍ରିକରେ ପାସ୍ ହାର ରହିଛି ୯୬.୪ ପ୍ରତିଶତ । ୩ ହଜାର ୨୨୨ ସ୍କୁଲରେ ଶତ ପ୍ରତିଶତ ରେଜଲ୍ଟ ରହିଛି । ଏଥର ଛାତ୍ରଙ୍କ ଅପେକ୍ଷା ଛାତ୍ରୀଙ୍କ ପାସ୍ ହାର ଅଧିକ ରହିଛି ।

ଅପରାହ୍ଣ ୧୨ଟା ସୁଦ୍ଧା ବୋର୍ଡ ୱେବ୍ ସାଇଟରେ ରେଜଲ୍ଟ ଉପଲବ୍ଧ ହେବ। www. bseodisha.ac.in ୱେବ୍‌ସାଇଟ୍‌ରେ ଛାତ୍ରଛାତ୍ରୀ ରେଜଲ୍ଟ ଚେକ୍‌ କରିପାରିବେ। SMS ମାଧ୍ୟମରେ ମଧ୍ୟ ପରୀକ୍ଷାର୍ଥୀମାନେ ଫଳାଫଳ ଜାଣିପାରିବେ । OR10 ଲେଖି ସ୍ପେଶ୍‌ ଦେବା ପରେ ନିଜ ରୋଲ୍ ନମ୍ବରକୁ ଟାଇପ୍‌ କରି 5676750 ନମ୍ବରକୁ ପଠାଇ ଜାଣିପାରିବେ। ପରୀକ୍ଷା ଫଳକୁ ନେଇ ଯଦି କୌଣସି ପରୀକ୍ଷାର୍ଥୀଙ୍କର କିଛି ଆପତ୍ତି ଅଭିଯୋଗ ଥାଏ ତେବେ ଗୋଟିଏ ମାସ ମଧ୍ୟରେ ସେମାନେ ବୋର୍ଡ କର୍ତ୍ତୃପକ୍ଷଙ୍କୁ ଜଣାଇପାରିବେ । ସେଥିପାଇଁ ବୋର୍ଡ ପକ୍ଷରୁ ଏକ କଣ୍ଟ୍ରୋଲ ରୁମ୍ ନମ୍ବର ଜାରି କରାଯାଇଛି । ନମ୍ବରଟି ହେଲା ୦୬୭୧-୨୪୧୫୪୬୦ ।

ଚଳିତ ବର୍ଷ ମୋଟ ୫ ଲକ୍ଷ ୨୭ ହଜାର ୩୭୪ ଜଣ ପରୀକ୍ଷା ଦେବାକୁ ଫର୍ମପୂରଣ କରିଥିବା ବେଳେ ସେମାନଙ୍କ ମଧ୍ୟରୁ ୫ ଲକ୍ଷ ୧୬ ହଜାର ୪୩୫ ଜଣ ପରୀକ୍ଷା ଦେଇଥିଲେ । ସେମାନଙ୍କ ମଧ୍ୟରୁ ୩୮୬ ଜଣଙ୍କୁ ଏମ୍‌ପି କରାଯାଇଥିବା ବେଳେ ୫ ଲକ୍ଷ ୮ ହଜାର ୪୦୪ ଜଣ ପାସ୍ କରିଛନ୍ତି । ପାସ୍ କରିଥିବା ଛାତ୍ରଛାତ୍ରୀଙ୍କ ମଧ୍ୟରୁ ୪୧୫୮ ଜଣ A1 ଗ୍ରେଡରେ ପାସ୍ କରିଛନ୍ତି । ୨୯ ହଜାର ୮୩୮ ଜଣ A2, ୭୭ ହଜାର ୫୬୭ ଜଣ B1ରେ ଉତ୍ତୀର୍ଣ୍ଣ ହୋଇଛନ୍ତି ।

୧ ଲକ୍ଷ ୧୮ ହଜାର ୭୫୦ ଜଣ B2, ୧ ଲକ୍ଷ ୨୧ ହଜାର ୬୧୧ ଜଣ C ଗ୍ରେଡରେ ପାସ୍ କରିଛନ୍ତି । ସେହିପରି ୯୫ ହଜାର ୬ ଜଣ D,୬୧ ହଜାର ୪୭୪ ଜଣ E ଗ୍ରେଡରେ ପାସ୍ କରିଥିବା ବେଳେ ୭୬୪୫ ଜଣ F ଗ୍ରେଡରେ ପାସ୍ କରିଛନ୍ତି । ଏଥର ଛାତ୍ରଙ୍କ ଅପେକ୍ଷା ଛାତ୍ରୀଙ୍କ ପାସ୍ ହାର ଅଧିକ ରହିଛି । ମୋଟ ୫ ଲକ୍ଷ ୧୬ ହଜାର ୪୩୫ ଜଣ ଛାତ୍ରଛାତ୍ରୀଙ୍କ ମଧ୍ୟରୁ ୨ଲକ୍ଷ ୫୭ ହଜାର ୧୦୬ ଜଣ ଛାତ୍ରୀ ପାସ୍ କରିଥିବା ବେଳେ ୨ ଲକ୍ଷ ୫୧ ହଜାର ୨୯୮ ଜଣ ଛାତ୍ର ପାସ୍ କରିଛନ୍ତି । ପରୀକ୍ଷା ଫଳକୁ ନେଇ ଯଦି ପରୀକ୍ଷାର୍ଥୀଙ୍କର କିଛି ଆପତ୍ତି ଅଭିଯୋଗ ଥାଏ ତେବେ ଗୋଟିଏ ମାସ ମଧ୍ୟରେ ଛାତ୍ରଛାତ୍ରୀମାନେ ବୋର୍ଡ କର୍ତ୍ତୃପକ୍ଷଙ୍କୁ ଜଣାଇପାରିବେ। ସେଥିପାଇଁ ବୋର୍ଡ ପକ୍ଷରୁ ଏକ କଣ୍ଟ୍ରୋଲ ରୁମ୍ ନମ୍ବର ୦୬୭୧-୨୪୧୫୪୬୦ ଜାରି କରାଯାଇଛି ।

Leave a Reply

Your email address will not be published. Required fields are marked *