୪ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା। ଆଜି ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ୨୦ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାର ଆଶଙ୍କା ଥିବା ବେଳେ ୧୪ ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ଏସଆରସିଙ୍କ ନିର୍ଦ୍ଦେଶ ।ସେହି ସବୁ ୧୪ ଜିଲ୍ଲାଗୁଡିକ ହେଉଛି ଅନୁଗଳ, ବରଗଡ଼, ବାଲେଶ୍ୱର, ଭଦ୍ରକ, କଟକ, ଢେଙ୍କାନାଳ, ଦେଗଡ଼, ଜଗତସିଂହପୁର, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା, କେନ୍ଦୁଝର, ମୟୂରଭଞ୍ଜ, ସମ୍ବଲପୁର ଓ ସୁନ୍ଦରଗଡ଼ । ସେହିଭଳି ସେହିପରି ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ, ବଲାଙ୍ଗୀର ଓ ନୂଆପଡ଼ାରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Leave a Reply

Your email address will not be published. Required fields are marked *