ଅସଦାଚରଣ ବ୍ୟବହାର ଯୋଗୁ ଗଲା ଜୀବନ

ଝାରସୁଗୁଡ଼ାରେ ଚାଞ୍ଚଲ୍ୟ । ଝାରସୁଗୁଡା ସଦର ଥାନା ଅଂଚଳରେ ଶନିବାର ଜଣଙ୍କୁ ଗୋଡ଼ାଇ ଗୋଡ଼ାଇ ହତ୍ୟା କରାଯିବା ଘଟଣା ଲୋକଙ୍କ ମନରୁ ନ ଲିଭୁଣୁ ରବିବାର ସହରରେ ପୁଣି ଏକ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି I କୌଣସି ଘଟଣାକୁ କେନ୍ଦ୍ର କରି ମାଂସ ଦୋକାନୀଙ୍କୁ ପିଟିପିଟି ମାରିଦେଲେ ମହିଳା ।

ସୂଚନା ଅନୁସାରେ ,ଝାରସୁଗୁଡା ଅଫିସ ନିକଟରେ କୈଳାସଙ୍କ ଏକ ମାଂସ ଦୋକାନ ରହିଛି I ଶନିବାର ପଡ଼ାର ଜଣେ ବ୍ୟକ୍ତିଙ୍କ ସହ କୈଳାସଙ୍କର ବଚସା ହୋଇଥିଲା I ଏହି ଘଟଣାକୁ କେନ୍ଦ୍ର କରି ଗତକାଲି ସେ ଦୋକାନ ବନ୍ଦ କରି ଘରକୁ ଯାଉଥିବା ବେଳେ କିଛି ମହିଳା ତାଙ୍କୁ ଅଟକାଇ ଠେଙ୍ଗାରେ ନିସ୍ତୁକ ମାଡ଼ ମାରିଥିଲେ । ଗୁରୁତର ଅବସ୍ଥାରେ ପରିବାର ଲୋକେ ତାଙ୍କୁ ଉଦ୍ଧାର କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ ।

ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ବୁର୍ଲା ରେଫର କରାଯାଇଥିଲା । ସ୍ଥାନାନ୍ତର ପୂର୍ବରୁ ସିଟି ସ୍କାନ ଚାଲିଥିବା ବେଳେ ତାଙ୍କର ମୃତ୍ୟୁ ଘଟିଛି । ହତ୍ୟାର ପ୍ରକୃତ କାରଣ ଅସ୍ପଷ୍ଟ ରହିଛି । ଝାରସୁଗୁଡ଼ା ପୋଲିସ ହତ୍ୟା ମାମଲା ରୁଜୁ କରି ମୃତଦେହ ଜବତ କରିଛି । ତଦନ୍ତ ପରେ ପ୍ରକୃତ କାରଣ ଜଣାପଡ଼ିବ । ତେବେ ଏହି ଘଟଣାଟି ଏକ ଅସଦାଚରଣ ଅଭିଯୋଗକୁ କେନ୍ଦ୍ର କରି ଘଟିଥିବା ସ୍ଥାନୀୟ ଲୋକଙ୍କ ପକ୍ଷରୁ କୁହାଯାଇଛି ।

Leave a Reply

Your email address will not be published. Required fields are marked *