ବାହ୍ୟ ଜଗତରୁ ବିଚ୍ଛିନ୍ନ ହେଲା ନାକାମାମୁଡ଼ି ପଂଚାୟତର 19 ରୁ ଉର୍ଦ୍ଧ ଗାଁ

ମାଲକାନଗିରି ଜିଲ୍ଲାରେ ଗତ ତିନି ଦିନ ଧରି ଲଗାଣ ବର୍ଷା ଲାଗିରହିଥିବା ବେଳେ ଜିଲ୍ଲା ର ଅଧିକାଂଶ ଅଂଚଳ ବାହ୍ୟ ଜଗତରୁ ବିଛିନ୍ନ ହୋଇ ରହିଛି । ଆଜି ପ୍ରବଳ ବର୍ଷା ଯୋଗୁଁ ନାକାମାମୁଡ଼ି ପଂଚାୟତ ର ବାୟାପଡା ଘାଟି ରେ ଭୁସ୍କଳନ ହୋଇଥିବାରୁ ମାଟି ଅତଡ଼ା ଧସିଯାଇଛି । ଯାହା ଫଳରେ କୋରୁକୋଣ୍ଡା ବ୍ଲକର ନାକାମାମୁଡ଼ି ପଂଚାୟତର 19 ଗୋଟି ଗାଁ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇ ରହିଛି । ପ୍ରାୟ ୩ ହଜାର ଲୋକେ ବିଭିନ୍ନ ଅସୁବିଧାରେ ସମ୍ମୁଖୀନ ହୋଇଛନ୍ତି।

ବାୟାପଡା ଘାଟି ଅଞ୍ଚଳରେ ବସବାସ କରୁଥିବା ଏହି ଗାଁ ଗୁଡ଼ିକ ଘାଟି ରାସ୍ତା ଦେଇ ଯିବା ଆସିବା କରନ୍ତି। ୨ବର୍ଷ ତଳେ ପାହାଡ କଟାଯାଇ ଘାଟିରେ ଏହି ରାସ୍ତା ତିଆରି କରାଯାଇଥିଲା। ଭୁସ୍ଖଳନ ହେବା ଯୋଗୁ ପାହାଡରୁ ମାଟି ଓ ପଥର ଧସେଇ ଆସି ରାସ୍ତା ଉପରେ ପଡ଼ିଛି। ଯାହାଫଳରେ ଯୋଗାଯୋଗ ବିଚ୍ଛନ୍ନ ହୋଇଯାଇଛି। ବର୍ଷା ଲାଗି ରହିଥିବାରୁ ପ୍ରଶାସନ ପକ୍ଷରୁ ଏହାକୁ ସଫା କରାଯାଇ ପାରି ନାହିଁ। ଯାହାଫଳରେ ୧୯ଟି ଗାଁର ଲୋକେ ଏକ ପ୍ରକାର ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଯାଇଛନ୍ତି।

Leave a Reply

Your email address will not be published. Required fields are marked *