ହରିଶ୍ଚନ୍ଦ୍ର ସହାୟତା ରାଶି ବୃଦ୍ଧି କଲେ ନବୀନ

ଗରିବ ଲୋକେ ଯେପରି ପ୍ରିୟଜନଙ୍କ ଅନ୍ତ୍ୟେଷ୍ଟିକ୍ରିୟା ସଂପାଦନରେ କୌଣସି ଅସୁବିଧାର ସମ୍ମୁଖିନ ନ ହୁଅନ୍ତି, ସେଥିପାଇଁ ରାଜ୍ୟ ସରକାର ଆରମ୍ଭ କରିଛନ୍ତି ହରିଶ୍ଚନ୍ଦ୍ର ସହାୟତା ଯୋଜନା । ଏହି ଯୋଜନାରେ ଅନ୍ତ୍ୟେଷ୍ଟି ପାଇଁ ଗ୍ରାମାଞ୍ଚଳରେ ଦୁଇ ହଜାର ଓ ସହରାଞ୍ଚଳରେ ତିନି ହଜାର ଟଙ୍କା ସହାୟତା ମିଳୁଥିଲା । ଏବେ କିନ୍ତୁ ଏଥିରେ ବୃଦ୍ଧି କରାଯାଇଛି ।

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଏହି ସହାୟତାକୁ ଗ୍ରାମାଞ୍ଚଳ ପାଇଁ ଦୁଇ ହଜାରରୁ ତିନି ହଜାର ଏବଂ ସହରାଞ୍ଚଳ ଓ ପୁରୀ ସ୍ୱର୍ଗଦ୍ୱାର ପାଇଁ ତିନି ହଜାରରୁ ଚାରି ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି । ପ୍ରତି ପଞ୍ଚାୟତରେ ଏକ ରିଭଲଭିଂ ଫଣ୍ଡ ଖୋଲାଯାଇ ଏଥିପାଇଁ ୧୫ ହଜାର ଟଙ୍କା ଲେଖାଏଁ ଅର୍ଥ ପ୍ରଦାନ କରାଯାଇଛି । ହରିଶ୍ଚନ୍ଦ୍ର ସହାୟତା ଖର୍ଚ୍ଚ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଦିଆଯାଉଛି । ସମସ୍ତ ପଞ୍ଚାୟତର ରିଭଲଭିଂ ଫଣ୍ଡ ପାଇଁ ୧୦ କୋଟି ୧୯ ଲକ୍ଷ ୧୦ ହଜାର ଟଙ୍କା ମଞ୍ଜୁର କରାଯାଇଛି ।

Leave a Reply

Your email address will not be published. Required fields are marked *