ହିଞ୍ଜିଳିକାଟୁ ବିଜ୍ଞାନ ମହାବିଦ୍ୟାଳୟରେ ନୂଆ ଓ ଯୁବ ଓଡିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ

ହିଞ୍ଜିଳିକାଟୁ ବିଜ୍ଞାନ ମହାବିଦ୍ୟାଳୟ ପରିସରରେ ନୂଆ ଓ ଯୁବ ଓଡିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଛାତ୍ର ଛାତ୍ରୀମାନଙ୍କର ଲୁକ୍କାୟିତ ପ୍ରତିଭା ପ୍ରଦର୍ଶନ ପାଇଁ ଏହି କାର୍ଯ୍ୟକ୍ରମର ଆରମ୍ଭ କରିଛନ୍ତି ସରକାର । ହିଞ୍ଜିଳିକାଟୁ ବିଜ୍ଞାନ ମହାବିଦ୍ୟାଳୟ ପରିସରରେ ନୂଆ ଓ ଯୁବ ଓଡିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମର କ୍ରୀଡ଼ା ମହୋତ୍ସବ କାର୍ଯ୍ୟକ୍ରମ ଆୟୋଜନ ଅବସରରେ ଲଙ୍ଗ ଜମ୍ପ, ହାଇ ଜମ୍ପ୍ ପରି ବିଭିନ୍ନ ପ୍ରକାରର କ୍ରୀଡ଼ା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଉକ୍ତ କାର୍ଯ୍ୟକ୍ରମକୁ ମହାବିଦ୍ୟାଳୟର ପ୍ରିନ୍ସପାଲ ଡକ୍ଟର ସ୍ଵସ୍ତିକା ପାଢ଼ୀ, ନୋଡାଲ ଅଫିସର୍ ଡକ୍ଟର ବିନୋଦ ପାତ୍ର, ନୋଡାଲ ଅଫିସର ଡକ୍ଟର ଅରୁଣ କୁମାର ଖାଡଙ୍ଗା, ନୋଡ଼ାଲ ଅଫିସର ଡକ୍ଟର ସୁଜାତା ମହାପାତ୍ର ପ୍ରମୁଖଙ୍କ ସହ ସମସ୍ତ ଅଧ୍ୟାପକ ଅଧ୍ୟାପିକା ମାନେ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

3 thoughts on “ହିଞ୍ଜିଳିକାଟୁ ବିଜ୍ଞାନ ମହାବିଦ୍ୟାଳୟରେ ନୂଆ ଓ ଯୁବ ଓଡିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ

Leave a Reply

Your email address will not be published. Required fields are marked *