ଶିଳ୍ପାଞ୍ଚଳ ଏବଂ ଟ୍ରାଫିକ ପୋଲିସ ଷ୍ଟେସନ ପ୍ରସ୍ତାବକୁ ନବୀନଙ୍କ ଗ୍ରୀନ୍ ସିଗ୍ନାଲ୍

ଖୋର୍ଦ୍ଧା ଶିଳ୍ପାଞ୍ଚଳ ପୋଲିସ ଆଉଟପୋଷ୍ଟକୁ ଇଣ୍ଡଷ୍ଟ୍ରିଆଲ ଇଷ୍ଟେଟ ପୋଲିସ ଷ୍ଟେସନ ଭାବେ ଉନ୍ନୀତ କରିଛନ୍ତି ରାଜ୍ୟ ସରକାର । ଏଥିପାଇଁ ୨୩ଟି ଅତିରିକ୍ତ ପଦବୀ ମଧ୍ୟ ସୃଷ୍ଟି କରାଯାଇଛି । ଏ ସମ୍ପର୍କୀୟ ଏକ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି । ଖୋର୍ଦ୍ଧା ଶିଳ୍ପାଞ୍ଚଳରେ ସୁରକ୍ଷା ବ୍ୟବସ୍ଥା ସୁଦୃଢ଼ କରିବା ଲକ୍ଷ୍ୟରେ ଏଭଳି ପଦକ୍ଷେପ ନେଇଛନ୍ତି ସରକାର । ୨୩ଟି ନୂତନ ପଦବୀ ମଧ୍ୟରୁ ଗୋଟିଏ ଇନ୍ସପେକ୍ଟର,୬ଟି ସବ୍‌ ଇନ୍ସପେକ୍ଟର,୩ଟି ଆସିଷ୍ଟାଣ୍ଟ ସବ୍‌ ଇନ୍ସପେକ୍ଟର,୨ଟି ହାବିଲଦାର ଏବଂ ୧୧ଟି କନେଷ୍ଟବଳ ପଦବୀ ରହିଛି ।

ସେହିପରି କେନ୍ଦୁଝର ଓ ବଡ଼ବିଲରେ ଦୁଇଟି ଟ୍ରାଫିକ ପୋଲିସ ଷ୍ଟେସନ ଖୋଲାଯିବ । ୨୪ଟି ନୂତନ ପଦବୀ ପ୍ରସ୍ତାବ ଉପରେ ମୋହର ଲଗାଇଛନ୍ତି ମୁଖ୍ୟମନ୍ତ୍ରୀ । ଦୁଇଟି ସହରର ଟ୍ରାଫିକ ବ୍ୟବସ୍ଥାରେ ସୁଧାର ଆଣିବା ପାଇଁ ଲକ୍ଷ୍ୟ ରଖାଯାଇଛି । ୨୪ଟି ମଧ୍ୟରେ ୨ଟି ଇନ୍ସପେକ୍ଟର,୬ଟି ଆସିଷ୍ଟାଣ୍ଟ ସବ୍‌ଇନ୍ସପେକ୍ଟର ଓ ୧୬ଟି କନେଷ୍ଟବଳ ପଦବୀ ରହିଛି ।

Leave a Reply

Your email address will not be published. Required fields are marked *