
ଓଡ଼ିଶା ବିଜ୍ଞାନ ଏକାଡେମୀ ପକ୍ଷରୁ ବିଜୁ ପଟ୍ଟନାୟକ ପୁରସ୍କାର ୨୦୨୦ ପୁରସ୍କାର ଘୋଷଣା କରାଯାଇଛିା ଜଟଣୀସ୍ଥିତ ନାଇଜରର ନିର୍ଦ୍ଦେଶକ ପ୍ରଫେସର ସୁଧାକର ପଣ୍ଡା ବିଜ୍ଞାନ କ୍ଷେତ୍ରରେ ଉତ୍କର୍ଷତା ପାଇଁ ଏହି ପୁରସ୍କାରରେ ସମ୍ମାନିତ ହେବାକୁ ଯାଉଛନ୍ତି। ୨ ଲକ୍ଷ ଟଙ୍କା ସହ ମାନପତ୍ର ଓ ଉପଢ଼ୌକନ ପ୍ରଦାନ କରାଯିବ।
ସୁଧାକରଙ୍କ ବ୍ୟତୀତ, ଭୁବନେଶ୍ୱରସ୍ଥିତ ଆଇଏମ୍ଏମ୍ଟିର ଭୌତିକ ବିଜ୍ଞାନ ମୁଖ୍ୟ ଡ. ଦଣ୍ଡ ଶ୍ରୀନିବାସ ରାଓ, ରେଭେନ୍ସା ବିଶ୍ୱବିଦ୍ୟାଳୟର ଜୀବବିଜ୍ଞାନ ବିଭାଗର ଏଚଓଡି ପ୍ରଫେସର ଲୁନା ସାମନ୍ତ, ରାଉରକେଲାସ୍ଥିତ ଏନ୍ଆଇଟିର ପ୍ରଫେସର ଅନୁପ କୁମାର ପଣ୍ଡାଙ୍କ ସମେତ ଲକ୍ଷ୍ନୌସ୍ଥିତ ଜାତୀୟ ଉଦ୍ଭିଦ ବିଜ୍ଞାନ ଗବେଷଣା ସଂସ୍ଥାର ବୈଜ୍ଞାନିକ ଡ. ସରୋଜକାନ୍ତ ବାରିକଙ୍କୁ “ସାମନ୍ତ ଚନ୍ଦ୍ରଶେଖର ପୁରସ୍କାର’ ପ୍ରଦାନ କରାଯିବ। ଦ୍ୱିତୀୟ ଶ୍ରେଣୀରେ ଚାରିଜଣଙ୍କୁ ଏକ ଲକ୍ଷ ଟଙ୍କା ସହ ମାନପତ୍ର ଓ ଉପଢ଼ୌକନ ପ୍ରଦାନ କରାଯିବ। ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ଭେଷଜ ଗବେଷଣା କେନ୍ଦ୍ରର ଜୀବବିଜ୍ଞାନ ବିଭାଗର ପୋଷ୍ଟ ଡକଟରାଲ ଫେଲୋ ଡ.ଶଶାଙ୍କ ଶେଖର ସ୍ୱାଇଁ, ନାଇଜରର ଭୌତିକ ବିଜ୍ଞାନ ବିଭାଗର ଡ.ନିବେଦିତା ଦାଶ, ଏନ୍ଆଇଟି ରାଉରକେଲାର ସହକାରୀ ପ୍ରଫେସର ଡ. ଜ୍ଞାନରଞ୍ଜନ ସେନାପତି ଓ ନାଇଜରର ଆସିଷ୍ଟାଣ୍ଟ ପ୍ରଫେସର ଡ. ସତ୍ୟପ୍ରସାଦ ପି. ସେନାନାୟକଙ୍କୁ କୃତୀ ଯୁବବୈଜ୍ଞାନିକ ଭାବରେ ମଧ୍ୟ ମନୋନିତ ହୋଇଛନ୍ତି।

ସେହିପରି ପ୍ରଫେସର ସଂଗୀତା ରଥ ଓ ହିମାଂଶୁ ଶେଖର ଫତେସିଂହଙ୍କୁ “ପ୍ରାଣକୃଷ୍ଣ ପରିଜା ବିଜ୍ଞାନ ପୁସ୍ତକ ପୁରସ୍କାର’ ପ୍ରଦାନ କରାଯିବ। ଯୁବବୈଜ୍ଞାନିକ ପୁରସ୍କାର ଓ “ପ୍ରାଣକୃଷ୍ଣ ପରିଜା ବିଜ୍ଞାନ ପୁସ୍ତକ ପୁରସ୍କାର’ ବାବଦରେ ପ୍ରତ୍ୟେକଙ୍କୁ ୨୫ ହଜାର ଟଙ୍କା, ମାନପତ୍ର ଓ ଉପଢ଼ୌକନ ପ୍ରଦାନ କରାଯିବ। ଏହା ବ୍ୟତୀତ ପ୍ରଫେସର ଭାସ୍କର ଚନ୍ଦ୍ର ଦାଶ, ପ୍ରଫେସର ସତ୍ୟାନନ୍ଦ ସ୍ୱାଇଁ ଓ ପ୍ରଫେସର ଅଜୟ କୁମାର ପାତ୍ର ବରିଷ୍ଠ ବୈଜ୍ଞାନିକ ଭାବରେ ସମ୍ବର୍ଦ୍ଧିତ ହେବେ। ଏକ ରାଜ୍ୟସ୍ତରୀୟ ସମାରୋହରେ ସମସ୍ତଙ୍କୁ ପୁରସ୍କୃତ କରାଯିବ |