ଝାରସୁଗୁଡ଼ା ପାଇଁ ବିଜ୍ଞପ୍ତି

ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ଆଜି ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି । ଆଜିଠାରୁ ଆସନ୍ତା ୨୦ ତାରିଖ ଯାଏ ନାମାଙ୍କନ ଦାଖଲ ହେବାକୁ ଦିନ ଧାର୍ଯ୍ୟ ହୋଇଛି । ୨୧ ତାରିଖରେ ପ୍ରାର୍ଥିପତ୍ର ଯାଞ୍ଚ ହେବ । ଏପ୍ରିଲ ୨୪ ତାରିଖ ସୁଦ୍ଧା ପ୍ରାର୍ଥିପତ୍ର ପ୍ରତ୍ୟାହାର ପାଇଁ ସୁଯୋଗ ରହିଛି । ମେ’୧୦ ତାରିଖ ସକାଳ ୭ଟାରୁ ସନ୍ଧ୍ୟା ୬ଟା ଯାଏ ଭୋଟ୍ ଗ୍ରହଣ ହେବ । ମେ’୧୩ ତାରିଖରେ ଭୋଟ୍ ଗଣତି କରାଯିବ ।

ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ବିଜେଡିର ଦୀପାଳି ଦାସ ପ୍ରାର୍ଥୀ ହୋଇଛନ୍ତି । ବିଜେପି ପକ୍ଷରୁ ଟଙ୍କଧର ତ୍ରିପାଠୀଙ୍କ ପ୍ରାର୍ଥୀ କରାଯାଇଛି । ସେହିପରି ତରୁଣ ପାଣ୍ଡେଙ୍କ ଉପରେ ଭରସା କରି ତାଙ୍କୁ ଟିକେଟ୍ ଦେଇଛି କଂଗ୍ରେସ । ଆସନ ହାତେଇବା ପାଇଁ ସବୁ ଦଳ ନିଜ ନିଜର ସ୍ୱତନ୍ତ୍ର ରଣନୀତି ପ୍ରସ୍ତୁତ କଲେଣି ।

Leave a Reply

Your email address will not be published. Required fields are marked *