ଦୁଇ ଦିନ ଯାଏ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାକୁ ଅରେଞ୍ଜ ଆଲର୍ଟ ଜାରି

ବଙ୍ଗୋପସାଗରରେ ସିରିଜ୍ ଘୂର୍ଣ୍ଣିବଳୟ । ଗୋଟିଏ ଦିନ ପରେ ସୃଷ୍ଟି ହେବ ଆଉ ଗୋଟିଏ ଘୂର୍ଣ୍ଣିବଳୟ । ଦୁଇ ଦିନ ଯାଏ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାକୁ ଅରେଞ୍ଜ ଆଲର୍ଟ ଜାରି କଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର । ୧୧ ଜିଲ୍ଲାରେ ୨ ଶହ ମିଲିମିଟର ପର୍ଯ୍ୟନ୍ତ ବର୍ଷା ନେଇ ସତର୍କତା ଜାରି ହୋଇଛି । ମୁକାବିଲା ନେଇ ସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ଏସଆରସି । ମୁନସିନ୍ ସିଜିନରେ ଖରା ବର୍ଷାର ଲୁଚାକାଳୀ ମଧ୍ୟରେ ଆସୁଛି ବଡ଼ ବର୍ଷା । ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବା ବେଳେ ତାହା ଆଗାମୀ ୨ ରୁ ୩ ଦିନ ମଧ୍ୟରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତିକରି ଉତ୍ତର ଓଡ଼ିଶା ଗଙ୍ଗୀୟ ପଶ୍ଚିମବଙ୍ଗ ଉପତ୍ୟାକା ଏବଂ ଝାଡ଼ଖଣ୍ଡ ମଧ୍ୟ ଦେଇ ଗତି କରିବ । ପ୍ରଭାବରେ ଆଜି ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର ଏବଂ କୋରାପୁଟରେ ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ପ୍ରବଳ ବର୍ଷା ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ୧୩ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଆସନ୍ତା ୧୮ ତାରିଖରେ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଲଘୁଚାପର ରୂପ ନେବା ସହ ୨୨ରେ ଅବପାତର ରୂପ ନେବ । ୧୮ ତାରିଖରୁ ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଅବିଶ୍ରାନ୍ତ ବର୍ଷା ଲାଗି ରହିବ । ଅଧିକାଂଶ ସ୍ଥାନରେ ୭୦ ରୁ ୨ ଶହ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହେବ ।

Leave a Reply

Your email address will not be published. Required fields are marked *