କେନ୍ଦ୍ରାପଡ଼ାକୁ ବଡ଼ ପ୍ୟାକେଜ୍, ଉନ୍ନୟନମୂଳକ କାମ ଅନୁଧ୍ୟାନ କଲେ 5T ସେକ୍ରେଟାରୀ

5T ସଚିବ ଭି.କେ.ପାଣ୍ଡିଆନଙ୍କ କେନ୍ଦ୍ରାପଡ଼ା ଜିଲ୍ଲା ଗସ୍ତର ଆଜି ଥିଲା ଦ୍ୱିତୀୟ ଦିନ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ସେ ଜିଲ୍ଲା ଗସ୍ତ କରି ବିଭିନ୍ନ ଉନ୍ନୟନମୂଳକ କାମ ଅନୁଧ୍ୟାନ କରିଛନ୍ତି । ଏହାର ଅଗ୍ରଗତି ପାଇଁ ପଦକ୍ଷେପ ନେବାକୁ ସେ ପ୍ରଶାସନକୁ ପରାମର୍ଶ ଓ ନିର୍ଦ୍ଦେଶ ଦେଇଛନ୍ତି ।

5T ସଚିବ ଜିଲ୍ଲାର ଆଉ କେତେକ ମଠ ମନ୍ଦିରର ଉନ୍ନତିକରଣ ପାଇଁ ପଦକ୍ଷେପ ନେଇଛନ୍ତି । ଆଳିର ଡେମାଳସ୍ଥିତ ଲକ୍ଷ୍ମୀବରାହ ମନ୍ଦିର,କେରେଡ଼ାଗଡ଼ସ୍ଥିତ ଜଗନ୍ନାଥ ମନ୍ଦିର ଓ ବାୟାବାବା ମଠ ଭଳି ସେ ପରିଦର୍ଶନ କରିଥିଲେ । ଅନୁଷ୍ଠାନର ପାରିପାର୍ଶ୍ବିକ ଉନ୍ନତି ଓ ସୌନ୍ଦର୍ଯ୍ୟକରଣ ପାଇଁ ତୁରନ୍ତ DPR ପ୍ରସ୍ତୁତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଏହାପରେ ସେ ସାତଭାୟା ପଞ୍ଚାୟତର ବଗପଟିଆ ଗାଁରେ ଏକ ଥଇଥାନ ପ୍ରକଳ୍ପ ମଧ୍ୟ ବୁଲି ଦେଖିଛନ୍ତି ।

ପଞ୍ଚୁବରାହୀ ମନ୍ଦିରର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ପାଇଁ ସେ ଆଲୋଚନା କରିଛନ୍ତି । ଜିଲ୍ଲାର ବିଭିନ୍ନ ସରକାରୀ ଓ ସହାୟତାପ୍ରାପ୍ତ କଲେଜ ଗୁଡ଼ିକର ଭିତ୍ତିଭୂମି ଓ ଅନ୍ୟାନ୍ୟ ସୁବିଧା ପାଇଁ ରିପୋର୍ଟ ପ୍ରସ୍ତୁତ କରି ପ୍ରସ୍ତାବ ଦେବାକୁ ସେ କହିଛନ୍ତି । ରାଜକନିକା ଓ ରାଜନଗର ବ୍ଲକର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଆହୁରି ସୁବିଧା ପ୍ରଦାନ କରିବା ପାଇଁ ପରାମର୍ଶ ଦେଇଛନ୍ତି 5T ସଚିବ । ଏଥିସହ ଆଳିରେ ଥିବା ଏକ ଫୁଟବଲ ଷ୍ଟାଡିଅମ ପରିଦର୍ଶନ କରି ପ୍ରୋଜେକ୍ଟ ରିପୋର୍ଟ ପ୍ରସ୍ତୁତ କରିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଥିଲେ ପାଣ୍ଡିଆନ୍ ।

Leave a Reply

Your email address will not be published. Required fields are marked *