ଉଚ୍ଚଶିକ୍ଷା ବିଭାଗର ଖରାପ ପ୍ରଦର୍ଶନ, ମନ୍ତ୍ରିମଣ୍ଡଳରୁ ବାଦ୍ ପଡ଼ିଲେ ରୋହିତ

ଉଚ୍ଚଶିକ୍ଷା ବିଭାଗରେ ଲଗାତର ଖରାପ ପ୍ରଦର୍ଶନ । ସେଥିପାଇଁ ଶେଷରେ ମନ୍ତ୍ରିମଣ୍ଡଳରୁ ବାଦ୍ ପଡ଼ିଲେ ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀ । ତାଙ୍କୁ ମନ୍ତ୍ରିମଣ୍ଡଳରୁ ବାଦ୍ ଦେବାକୁ ରାଜ୍ୟପାଳଙ୍କୁ ସୁପାରିଶ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତାଙ୍କ ସୁପାରିଶ ପରେ ରାଜ୍ୟପାଳ ରୋହିତ ପୂଜାରୀଙ୍କୁ ମନ୍ତ୍ରିମଣ୍ଡଳରୁ ବାଦ୍ ଦେଇଛନ୍ତି ।

ସୂଚନା ଅନୁସାରେ ଉଚ୍ଚଶିକ୍ଷା ବିଭାଗରେ ମନ୍ତ୍ରୀଙ୍କ ଖରାପ ପ୍ରଦର୍ଶନ ରହିଛି । ତେଣୁ ତାଙ୍କୁ ମୁଖ୍ୟମନ୍ତ୍ରୀ ମନ୍ତ୍ରିମଣ୍ଡଳରୁ ବାଦ୍ ଦେଇଛନ୍ତି । ଗତ ଜୁନରେ ମନ୍ତ୍ରିମଣ୍ଡଳରେ ସାମିଲ୍ ହୋଇଥିଲେ ରୋହିତ । ଏବେ ସେ ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀର ବିଧାୟକ ଅଛନ୍ତି । କଂଗ୍ରେସରୁ ରାଜନୈତିକ କ୍ୟାରିୟର ଆରମ୍ଭ କରିଥିବା ରୋହିତ, ବିଜେଡିରେ ଯୋଗ ଦେବା ପରେ ଜୁନରେ ମନ୍ତ୍ରୀ ପଦ ପାଇଥିଲେ ।

ସେପଟେ, ରାଜନୀତି କ୍ଷେତ୍ରରେ ଅବସର ନେବାର କୌଣସି ବୟସ ସୀମା ଏପର୍ଯ୍ୟନ୍ତ ସ୍ଥିର ହୋଇନାହିଁ । ରେଢ଼ାଖୋଲ ବିଧାୟକ ରୋହିତ ପୂଜାରୀ ୬୦ ବର୍ଷରୁ ଅଧିକ ବୟସର ବ୍ୟକ୍ତି ବିଧାନସଭା ନିର୍ବାଚନ ନଲଢ଼ିବା ଉଚିତ ବୋଲି ଯୁକ୍ତି ରଖିଥିଲେ । ଏହି ଅବସର ନୀତି ଯୁକ୍ତି ପରେ ରେଢ଼ାଖୋଲ ଅଂଚଳରେ ସାଂଗଠନିକ ସ୍ଥିତି ପୂର୍ବାପେକ୍ଷା ଦୁର୍ବଳ ହୋଇଛି ।

ବରିଷ୍ଠ ନେତାଙ୍କ ସକ୍ରିୟତାକୁ ନେଇ ବିଧାନସଭା ‌କ୍ଷେତ୍ର ହାତଛଡ଼ା ହେବା ଡର ମଧ୍ୟ ସରକାରଙ୍କୁ ଘାରିଛି । ଏହି ମନ୍ତବ୍ୟ ରୋହିତଙ୍କ ପାଇଁ ମହଙ୍ଗା ପଡ଼ିଲା ବୋଲି ସମ୍ବଲପୁର ଓ ରେଢ଼ାଖୋଲ ଅଞ୍ଚଳରେ ନେତା ଜୋରଦାର ଚର୍ଚ୍ଚା କରିଛନ୍ତି । ସେପଟେ ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ, ଉଚ୍ଚଶିକ୍ଷା ବିଭାଗ ମନ୍ତ୍ରୀ ଭାବେ ଅତିରିକ୍ତ ଦାୟିତ୍ବ ତୁଲାଇବେ ।

Leave a Reply

Your email address will not be published. Required fields are marked *