Tag: #murder expose

  • ବହୁ ଚର୍ଚ୍ଚିତ ଶେରଗଡ ଗୁଳିକାଣ୍ଡ ଘଟଣାର ପର୍ଦ୍ଦାଫାସ!

    ବହୁ ଚର୍ଚ୍ଚିତ ଶେରଗଡ ଗୁଳିକାଣ୍ଡ ଘଟଣାର ପର୍ଦ୍ଦାଫାସ!

    ଗଞ୍ଜାମ ଜିଲ୍ଲା ଶେରଗଡ଼ ଥାନା ଅନ୍ତର୍ଗତ ଧନନ୍ତର ପଞ୍ଚାୟତ ସୁନାନ୍ତର ଗାଁର ନିରଞ୍ଜନ ଜେନା ଓରଫ କାଳିଆ ଜେନାଙ୍କୁ ବୋମା ଓ ଗୁଳିମାଡ଼ ଘଟଣାରେ ୬ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ। ଗିରଫ ଅଭିଯୁକ୍ତଙ୍କ ଠାରୁ ୬ଟି ପିସ୍ତଲ, ୪୦ ଟି ଜୀବନ୍ତ ଗୁଳି, ୭ଟି ମଗାଜିନ, ୭ଟି ମୋବାଇଲ ସହ ଗୋଟିଏ ହୋଣ୍ଡା ବାଇକ୍ ଜବତ କରିଛି ପୋଲିସ । ସୂଚନା ଅନୁଯାୟୀ, ଜୁଲାଇ ୨୫ ତାରିଖ ସନ୍ଧ୍ୟାରେ ହୋଇଥିବା ଗୁଳିକାଣ୍ଡର ପର୍ଦ୍ଧାଫାଶ କରିଛି ଗଞ୍ଜାମ ପୋଲିସ ।

    ୬ ଜଣ ଅଭିଯୁକ୍ତ ଙ୍କ ସହ ୬ଟି ବନ୍ଧୁକ ଓ ଜୀବନ୍ତ ଗୁଳି ଜବତ । ହତ୍ୟାକାଣ୍ଡ ପଛରେ ଛପି ରହିଥିଲା ଲକ୍ଷାଧିକ ଟଙ୍କାର ସୁପାରି । ତେବେ୨୫ ଜୁଲାଇ ସନ୍ଧ୍ୟାରେ ହୋଇଥିବା ଗୁଳିକାଣ୍ଡର ସମସ୍ତ କାହାଣୀର ଖୁଲାସା କରିଛି ଗଞ୍ଜାମ ପୋଲିସ । ଏକ ସାମ୍ବାଦିକ ସମିଳନୀରେ ଏହି ସୂଚନା ଦେଇଛନ୍ତି ଆସିକା ଏସଡ଼ିପିଓ(SDPO) ସନ୍ତୋଷ କୁମାର ଜେନା ।

    ଅନ୍ୟପଟେ ଗିରଫ ସଂଖ୍ୟା ବଢିବା ନେଇ ସମ୍ଭାବନା ବୋଲି ଜଣା ପଡ଼ିଛି । ରାଜନୈତିକ ଆକ୍ରୋଶ ଓ ବ୍ୟବସାୟ କାରଣରୁ ସୁପାରୀ କିଲର କୁ ୨୦ ଲକ୍ଷ ଟଙ୍କା ଡିଲ୍ ରେ ହତ୍ୟା ପାଇଁ ରଚାଯାଇଥିଲା ଷଡ଼ଯନ୍ତ୍ର । ଗଞ୍ଜାମ ହିଞ୍ଜିଳି ନିର୍ବାଚନ ମଣ୍ଡଳୀର ଶେରଗଡ଼ ବ୍ଲକ ଧନନ୍ତର ପଞ୍ଚାୟତର ନିରଞ୍ଜନ ଜେନା ଓରଫ କାଳିଆ ଜେନାଙ୍କୁ ହତ୍ୟା ପାଇଁ ହୋଇଥିଲା ବଡ଼ ଯୋଜନା । ଗିରଫ ଅଭିଯୁକ୍ତ ମାନେ ଶେରଗଡ଼ ବ୍ଲକ ଅଲାରିଗଡ ଗ୍ରାମର ଅମିତାଭ୍ ବିଷୋୟୀ ,ବାଦଗଡ଼ ଗ୍ରାମର କୃଷ୍ଣ ଚନ୍ଦ୍ର ସେଠୀ,କୁଲାଗଡ ଗ୍ରାମର କାମେଶ୍ଵର ଗୌଡ,ବାଲିଗଡ଼ ସୀମାଞ୍ଚଳ ବିଷୋୟୀ, ବାଲିପଡାର ବଂଶୀଧର ବିଷୋୟୀ, ଧରାକୋଟର ସୂର୍ଯ୍ୟ ନାଏକ।

    ଏହି ଦୁର୍ବୃତ୍ତଙ୍କ ଠାରୁ ୬ ବନ୍ଧୁକ, ୪୦ ରାଉଣ୍ଡ ଜୀବନ୍ତ ଗୁଳି ଜବତ କରାଯାଇଛି। ଶେରଗଡ଼ ବ୍ଲକ ବିଜେଡିର ବହୁ ତୁଙ୍ଗ ନେତାଙ୍କ ନାମ ମଧ୍ୟ FIR ରେ ଅଭିଯୋଗ ରହିଥିବା ଖବର ମିଳିଛି ।

  • ପ୍ରେମିକା ପାଇଁ ଜୀବନ ହାରିଲେ ସାବିତ୍ରୀ!

    ପ୍ରେମିକା ପାଇଁ ଜୀବନ ହାରିଲେ ସାବିତ୍ରୀ!

    ସୁନ୍ଦରଗଡ ବଣାଇଁ ଅଞ୍ଚଳରେ ଗର୍ଭବତୀଙ୍କୁ ହତ୍ଯା ମାମଲାରେ ଚାଞ୍ଚଲ୍ୟକର ଖୁଲାସା । ଘଟଣାର ୩୬ ଘଣ୍ଟା ଭିତରେ ସାମନାକୁ ଆସିଲା ମର୍ଡର ମିଷ୍ଟ୍ରିର ପୁରା କାହଣୀ । ଆଉ କେହି ନୁହେଁ ବରଂ ସ୍ୱାମୀ ହିଁ ନେଇଥିଲା ସ୍ତ୍ରୀ ଓ ଗର୍ଭସ୍ଥ ଶିଶୁର ଜୀବନ । ଘଟାଇଥିଲା ଲୋମଟାଙ୍କୁରା ହତ୍ୟାକାଣ୍ଡ । ପରକୀୟା ପ୍ରୀତି ପାଇଁ ସ୍ତ୍ରୀକୁ ହତ୍ୟା କରି ଚୋରି ନାଟକ ରଚିଥିଲା ସ୍ୱାମୀ ଦେବେନ୍ ବେହେରା । ଯୋଜନାବଦ୍ଧ ଭାବେ ସୌମ୍ୟାମୟୀଙ୍କୁ ହତ୍ୟା କରିଥିଲେ ସ୍ବାମୀ ଦେବେନ ବେହେରା। ଦେଖନ୍ତୁ ଏହି video ଟିକୁ କିପରି ଅଭିନୟ କରୁଛି ସୈତାନ ସ୍ବାମୀ | ଆଖି ଛଳ ଛଳ କରି କହୁଛି ମୋ ସ୍ତ୍ରୀକୁ ଆସି ସେମାନେ ମାରି ଚାଲିଗଲେ। ମୋ ସ୍ତ୍ରୀ ସାତ ମାସର ଗର୍ଭବତୀ ଥିଲା।

    ସୂଚନାନୁସରେ , ୨୦୨୩ ଫେବ୍ରୁଆରୀ ମାସରେ ଅନୁଗୋଳ ଜିଲ୍ଲା ଛେଣ୍ଡିପଦା ଅଞ୍ଚଳର ସୌମ୍ୟାମୟୀ ବେହେରାଙ୍କ ସହିତ ଦେବେନଙ୍କ ର ବିବାହ ହୋଇଥିଲା । ବିବାହାକୁ ବର୍ଷେ ନପୁରୁଣୁ ଘଟିଗଲା ଏଭଳି ଘଟଣା | ବୁଧବାର ବିଳମ୍ବିତ ରାତିରେ ଗୁଳିର ଶିକାର ହୋଇଥିଲେ ସୌମ୍ୟାମୟୀ ବେହେରା । ହଠାତ୍ ବିଳମ୍ବିତ ରାତିରେ କେହି ତାଙ୍କ ଘରର କବାଟ ବାଡ଼େଇ ଥିଲେ। କେହି ଚିହ୍ନା ପରିଚିତ ହୋଇଥିବେ ଭାବି କବାଟ ଖୋଲିଥିଲେ ସୌମ୍ୟାମୟୀ। ଦେବେନ ଅତି ନିକଟରୁ ସୌମ୍ୟାମୟୀଙ୍କ ଛାତିକୁ ଗୁଳି ମାରିଥିଲେ। ସୌମ୍ୟାମୟୀଙ୍କୁ ଗୁଳି କରି ହତ୍ୟା କରିବା ପରେ ପୁଲିସ୍‌ ଏଏସ୍‌ଆଇ ଭିଣୋଇ ସତ୍ୟନାରାଣ ବେହେରାଙ୍କୁ ଫୋନ୍‌ କରି ଡାକିଥିଲେ ଦେବେନ। ସୌମ୍ୟାମୟୀଙ୍କୁ ଧରି ବଣାଇଁ ଉପଖଣ୍ଡ ଚିକିତ୍ସାଳୟକୁ ନେଇଥିଲେ |ହେଲେ ଡାକ୍ତର ମୃତ ଘୋଷଣା କରିଥିଲେ । ସ୍ବାମୀ କେବଳ ସ୍ତ୍ରୀକୁ ହତ୍ୟା କରିନାହିଁ ବରଂ ଦୁନିଆ ଦେଖିବା ଆଗରୁ ମାଆ ଗର୍ଭରେ ବଢ଼ୁଥିବା ନିଷ୍ପାପ ଶିଶୁକୁ ହତ୍ୟା କରିଛି । ଖବର ପାଇଁ ପୁଲିସ୍‌ ଦେବେନଙ୍କ ଘରେ ପହଞ୍ଚି ଘଟଣାର ତଦନ୍ତ କରିଥିଲା । ପରକୀୟା ପ୍ରୀତି ପାଇଁ ସେ ସ୍ତ୍ରୀକୁ ରାସ୍ତାରୁ ହଟେଇ ଦେବାକୁ ଚାହୁଁଥିଲେ। ସେଥିପାଇଁ ସ୍ତ୍ରୀଙ୍କୁ ଯୋଜନା ବଦ୍ଧ ଭାବେ ହତ୍ୟା କରିଥିବା ସାମ୍ବାଦିକ ସମିଳନୀରେ ଏନେଇ ସୂଚନା ଦେଇଛନ୍ତି ଡିଆଇଜି ବୃଜେଶ ରାୟ ଓ ଏସପି ନୀତେଶ ବାଘବାନୀ |

    ହେଲେ ବୟାନରେ ତାଳମେଳ ନଥିବାରୁ ଦେବେନଙ୍କ ସହ ୪ ଜଣଙ୍କୁ ଅଟକ ରଖି ତଦନ୍ତ ଚଳାଇଥିଲା ଟିକାୟତପାଲି ପୋଲିସ । ସେପଟେ ମୃତା ମହିଳାଙ୍କର ବାପା ଲିଖିତ ଅଭିଯୋଗ କରିବା ସହ ଜ୍ବାଇଁ ଉପରେ ସନ୍ଦେହ କରିଥିଲେ । ଲିଖିତ ଅଭିଯୋଗକୁ ଭିତ୍ତିକରି ପୋଲିଶ ଅଭିଯୁକ୍ତ ସ୍ଵାମୀ ଦେବେନ ବେହେରାକୁ ରାଉରକେଲା ଆଣି ପଚରା ଉଚରା କରିବା ପରେ ସମସ୍ତ ସତ୍ୟାସତ୍ୟ ଓଗାଳି ଦେଇଥିଲା | ତାଙ୍କ ବୟାନ ଆଧାରରେ ପୁଲିସ୍‌ ଏଏସ୍‌ଆଇ ଭିଣୋଇ ସତ୍ୟନାରାୟଣ ବେହେରାଙ୍କୁ ଗିରଫ କରିଛି। ହତ୍ୟାରେ ବ୍ୟବହୃତ ପିସ୍ତଲ ଓ ଗୁଳି ମଧ୍ୟ ଜବତ ହୋଇଛି । ବୁଦ୍ଧିଜୀବୀ ମହଲରେ ପୋଲିଶର ଏଭଳି କାର୍ଯ୍ୟକୁ ଭୁରି ଭୁରି ପ୍ରଶଂସା କରାଯାଇଛି ।

  • ଗୁଜୁରାଟରେ ହତ୍ୟା, ଓଡ଼ିଶାରୁ ଗିରଫ

    ଗୁଜୁରାଟରେ ହତ୍ୟା, ଓଡ଼ିଶାରୁ ଗିରଫ

    ଧାର ଟଙ୍କା ମାଗିବାରୁ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା । ହତ୍ୟା ପରେ ୱାଶିଂମେସିନରେ ମୃତଦେହ ରଖିଥିଲା ଅଭିଯୁକ୍ତ । ଶେଷରେ ବନ୍ଧା ହେଲା । ସୂଚନା ଅନୁଯାୟୀ ,ଗୁଜୁରାଟ ସୁରଟର ଉଦୁନା ଠାରେ କେନ୍ଦ୍ରାପଡା ମହାକାଳପଡା ଯଶୁଆପଲି ବାଲିସାହିର ମନୋଜ ସାହୁ ଦୀର୍ଘ ୪ବର୍ଷ ହେବ ଏକ ଭେରାଇଟ ଷ୍ଟୋର କରି ସେଠାରେ ରହୁଥିଲେ । କଟକର ଗୁରୁଚରଣ ପ୍ରଧାନଙ୍କ ସହ ଟଙ୍କା ଦେଣ ନେଣକୁ ନେଇ ଉଭୟଙ୍କ ମଧ୍ଯରେ ବଚସା ହୋଇଥିଲା । ଘଟଣାରେ ଉତ୍ଖିପ୍ତ ହୋଇ ମନୋଜ ଗୁରୁଚରଣକୁ ଏକ ଲୁହା ରଡରେ ପିଟି ପିଟି ହତ୍ୟା କରିଥିଲା । ପରେ ମୃତଦେହକୁ ଏକ ଲୁଗାସଫା ମେସିନରେ ଲୁଚାଇ ରଖିଥିଲା । ଘଟଣାର ସାତ ଦିନପରେ ମୃତଦେହରୁ ଦୁର୍ଗନ୍ଧ ବାହାରିବାରୁ ପଡୋଶୀ ପୋଲିସକୁ ଖବର ଦେଇଥିଲେ । ପୋଲିସ ମୃତଦେହ ଯବତ କରିବା ସହ ସିସିଟିଭି ଆଧାରରେ ଅଭିଯୁକ୍ତକୁ ଖୋଜୁଥିବା ବେଳେ ଅଭିଯୁକ୍ତ ମନୋଜ ଭୂବନେଶ୍ବର ସମେତ କର୍ଣ୍ଣାଟକ ,ଦିଲ୍ଲୀ ଆଦି ଅଞ୍ଚଳରେ ଦୀର୍ଘଦିନ ହେବ ଲୁଚି ରହିଥିଲା । ମୋବାଇଲ୍ କୁ ଟ୍ରାକ କରି ଦୀର୍ଘ ୪/୫ଦିନ ହେବ ଆସାମୀ ମନୋଜ ଆରଡିରେ ରହି ଆସୁଥିବା ପୋଲିସ ଜାଣିବାକୁ ପାଇଥିଲା । ପରେ ସ୍ଥାନୀୟ ଲୋକ ଓ ଆରଡି ପୋଲିସର ମିଳିତ ସହଯୋଗରେ ଆସାମୀକୁ କାବୁ କରିଛି ଗୁଜୁରାଟ ପୋଲିସ।

  • ଟାଙ୍ଗେଣି ମୁଣ୍ଡିଆଖଣି ହତ୍ୟା ଘଟଣା: ପୋଲିସ ହାତରେ ନୂଆ ସୁରାକ୍

    ଟାଙ୍ଗେଣି ମୁଣ୍ଡିଆଖଣି ହତ୍ୟା ଘଟଣା: ପୋଲିସ ହାତରେ ନୂଆ ସୁରାକ୍

    ଖୋର୍ଦ୍ଧା ଜିଲ୍ଲା କାଇପଦର ଟାଙ୍ଗେଣି ମୁଣ୍ଡିଆ ଖଣିରୁ ମୃତଦେହ ଜବତ୍ ଘଟଣାର ରହସ୍ୟ ଉନ୍ମୋଚନ କରିଛି ପୋଲିସ । ଗତ ଅକ୍ଟୋବର ୬ ତାରିଖରେ ଖୋର୍ଦ୍ଧା ସଦର ଥାନା କାଇପଦର ଟାଙ୍ଗେଣି ମୁଣ୍ଡିଆ ପାଣିରୁ ଏକ ମୃତଦେହ ପୋଲିସ ଉଦ୍ଧାର କରିଥିଲା । ଏନେଇ ପ୍ରଥମେ ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରିଥିଲା । ପରବର୍ତ୍ତି ଅନୁସନ୍ଧାନରେ ଏହା ଏକ ସୁପରିକଳ୍ପିତ ହତ୍ୟାକାଣ୍ଡ ବୋଲି ପୋଲିସ ଜାଣିବାକୁ ପାଇଲା । ଏହାପରେ ତଦନ୍ତ ପ୍ରକ୍ରିୟାକୁ ଜୋରଦାର କରିବା ସହ ପରିଶେଷରେ ସଫଳତା ହାସଲ କରିଥିଲା ପୋଲିସ । ଏହି ହତ୍ୟାକାଣ୍ଡରେ ସମ୍ପୃକ୍ତ ୬ ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି । ଗତକାଲି ଖୋର୍ଦ୍ଧା ଆରକ୍ଷୀ ଅଧୀକ୍ଷକ ସାଗରିକା ନାଥ ହତ୍ୟାକାଣ୍ଡର ରହସ୍ୟ ଉନ୍ମୋଚନ କରିଛନ୍ତି ।

    ଗତ ୬ ତାରିଖରେ ଏକ ଅଜଣା ମୃତଦେହ ପାଣିରେ ଭାସୁଥିବା ଦେଖି ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ । ପୋଲିସ ମୃତଦେହକୁ ଜବତ୍ କରିଥିବା ବେଳେ ମୃତକଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିବା ଦେଖିବାକୁ ପାଇଥିଲେ । କେହି ଦୁର୍ବୁତ୍ତ ମୃତକଙ୍କ ଦୁଇ ହାତକୁ ବାନ୍ଧି ପାଣିରେ ଫୋପାଡି ଦେଇଥିବା ପୋଲିସ ପ୍ରାଥମିକ ତଦନ୍ତରୁ ଜାଣିବାକୁ ପାଇଥିଲା । ଘଟଣାର ଦୁଇ ଦିନ ପରେ ମୃତକଙ୍କ ପରିଚୟ ନିଶିକାନ୍ତ ବେହେରା ଓରଫ୍ ରାଜା ବୋଲି ଜଣାପଡିଲା । ପରବର୍ତ୍ତି ସମୟରେ ରାଜାଙ୍କ ବାପା ନିଳମଣୀ ବେହେରାଙ୍କ ଅଭିଯୋଗ କ୍ରମେ ପୋଲିସ ଏକ ହତ୍ୟା ମାମଲା ରୁଜ୍ଜୁ କରିଥିଲା । ତଦନ୍ତରେ ରାଜା ପ୍ରାୟ ଦଶ ମାସ ହେଵ ରାଜା ବାଘମାରି ଥାନା ପତନିବର ଗ୍ରାମରେ ରହୁଥିବା ବେଳେ ତାଙ୍କ ପରିବାର ଟାଙ୍ଗୀ ଥାନା ବଳରାମପୁର ସାହିରେ ରହୁଥିବା ପୋଲିସ ଜାଣିବାକୁ ପାଇଥିଲା ।

    ତେଣୁ, ପୋଲିସ ହତ୍ୟାକାଣ୍ଡ ପଛରେ ପତନିବର ଗ୍ରାମର କେତେକ ଦୁର୍ବୁତଙ୍କୁ ସନ୍ଦେହ କରିଥିଲା । ଶେଷରେ ସଦର ପୋଲିସ ହତ୍ୟାକାଣ୍ଡର ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ଏହି ହତ୍ୟାକାଣ୍ଡ ଘଟଣାର ମୁଖ୍ୟ ଅଭିଯୁକ୍ତ ବାଘମାରି ଥାନା ପତନିବର ଗ୍ରାମର ୨୩ ବର୍ଷିୟ ବିଶ୍ଵନାଥ ପ୍ରଧାନ ଓ ଶୁଭାଶିଷ ବଳିୟାର ସିଂହକୁ ପୋଲିସ ଗିରଫ କରିଛି । ହତ୍ୟାକାଣ୍ଡରେ ସହାୟତା କରିଥିବା ପତନିବର ଗ୍ରାମର ସୁକାନ୍ତ ପ୍ରଧାନ, ଅମୀୟ ରଂଜନ ବଳିୟାର ସିଂହ ଓ ଆଶୁତୋଷ ବଳିୟାର ସିଂହଙ୍କୁ ଗିରଫ କରାଯାଇଥିବା ବେଳେ ଜଣେ ନାବାଳକକୁ ଜୁଭେନାଲ ଜଷ୍ଟିସ କୋର୍ଟରେ ହାଜର କରାଯାଇଥିବା ଜଣାପଡିଛି । ସେହିପରି ହତ୍ୟାକାଣ୍ଡରେ ବ୍ୟବହୃତ ଦୁଇଟି ବାଇକ୍, ପଥର, କପଡା, ମୋବାଇଲ ଓ ମୃତକଙ୍କ ୪ ଚକିଆ ଗାଡ଼ିକୁ ଜବତ୍ କରାଯାଇଛି । ତେବେ ରାଜାଙ୍କୁ ପଥରରେ ଛେଚି ହତ୍ୟା କରାଯାଇଥିବା ଜଣାପଡିଛି ।

  • କଲ୍ଲୋହୁଣ୍ଡୁଳା ନାବାଳକ ହତ୍ୟାକାଣ୍ଡର ପର୍ଦ୍ଦାଫାଶ

    କଲ୍ଲୋହୁଣ୍ଡୁଳା ନାବାଳକ ହତ୍ୟାକାଣ୍ଡର ପର୍ଦ୍ଦାଫାଶ

    ଗତ ଜାନୁଆରୀ ୧୫ ତାରିଖରେ କୋହ୍ଲ ହୁଣ୍ଡୁଳାରେ ହୋଇଥିବା ନାବାଳକ ହତ୍ୟାକାଣ୍ଡର ପର୍ଦ୍ଦାଫାଶ କରିଛି ଯୋଡ଼ା ପୋଲିସ । ଘଟଣାରେ ସଂପୃକ୍ତ କୋହ୍ଲ ହୁଣ୍ଡୁଳା ଗାଁର ଦୁଇ ଭାଇଙ୍କୁ ଗିରଫ କରିଛି ପୋଲିସ୍ । ଏମାନେ ହେଲେ ମୃତ ନାବାଳକଙ୍କ ଭିଣୋଇ ରାମଜାନ ମୁଣ୍ଡା ଓ ତାଙ୍କ ଭାଇ ଜଙ୍କ ମୁଣ୍ଡା ।

    ସୂଚନା ଅନୁଯାୟୀ, ରାମଜାନ ୪ ବର୍ଷ ତଳେ ଜାମୁକୁଣ୍ଡିଆର ଏହି ମୃତ ନାବାଳକଙ୍କ ବଡ଼ ଭଊଣୀ ସୁକ୍ରୁମଣିକୁ ବିବାହ କରିଥିଲେ ମଧ୍ୟ ପରେ ପତ୍ନୀଙ୍କ ଛାଡ଼ି ଦେଇଥିଲେ, ଯାହାକୁ ନେଇ ଉଭୟ ପରିବାର ମଧ୍ୟରେ ଅସନ୍ତୋଷ ଲାଗିରହିଥିଲା ।

    ଗତ ୧୫ ତାରିଖ ସନ୍ଧ୍ୟାରେ ନାବାଳକ ନିକଟସ୍ଥ କୋହ୍ଲ ହୁଣ୍ଡୁଳା ଗାଁରେ ହେଉଥିବା ମକର ମେଳା ଦେଖିବାକୁ ଯାଇଥିଲେ। ସେଠାରେ ଭିଣୋଇ ରାମଜାନ ମୁଣ୍ଡାଙ୍କ ସହ ତାଙ୍କର ସାକ୍ଷାତ ହୋଇଥିଲା । ଉଭୟ ମିଶି ହାଣ୍ଡିଆ ମଧ୍ୟ ପିଇଥିଲେ । ହେଲେ ପରେ ରାମଜାନ ସୁକ୍ରୁମଣିଙ୍କୁ ଛାଡ଼ିଦେବାକୁ ନେଇ ଉଭୟଙ୍କ ମଧ୍ୟରେ ପାଟି ତୁଣ୍ଡ ହୋଇଥିଲା ।

    ଏଥିରେ ଉତ୍କ୍ଷିପ୍ତ ହୋଇ ରାମଜାନ ସେଠାକୁ ସାନଭାଇ ଜଙ୍କ ମୁଣ୍ଡାକୁ ଡାକିଥିଲେ ଓ ଉଭୟ ଭାଇ ମିଶି ନାବାଳକଙ୍କୁ ଜୀବନରୁ ମାରି ପୋଲ ତଳେ ପକାଇଦେଇଥିବା ପୋଲିସ ତଦନ୍ତରୁ ଜାଣିବାକୁପାଇଛି । ଏହାପରେ ଅଭିଯୁକ୍ତ ଦୁଇ ଜଣଙ୍କୁ ଗିରଫ କୋର୍ଟ ଚାଲାଣ କରିଛି । ।