
ଦିନିକିଆ ବଲାଙ୍ଗୀର ଗ୍ରସ୍ତ ରେ ରହିଥିଲେ ଓଡ଼ିଶାର ମହାମହିମ ରାଜ୍ୟପାଳ ଶ୍ରୀ ରଘୁବର ଦାସ ।ଗତକାଲି ପୂର୍ବାହ୍ନରେ ନୂଆପଡ଼ା ଜିଲାରୁ ଆସି ଝିଲିଆଲିଟି ଅଙ୍ଗନୱାଡି କେନ୍ଦ୍ର ରେ ପହଞ୍ଚି ଶିଶୁମାନଙ୍କ ସହ ସମୟ ବିତେଇଥିଲେ । କୁପୋଷଣଠାରୁ ଶିଶୁ ମାନଙ୍କଠାରୁ ଦୁରେଇ ରଖିବାକୁ ଅଭିଭାବକ ମାନଙ୍କୁ ପରାମର୍ଶ ଦେଇଥିଲେ । ଶିଶୁ ମାନଙ୍କୁ ନେଇ ଚାଲୁଥିବା ବିଭିନ୍ନ ଯୋଜନା ସମ୍ପର୍କରେ ଧ୍ୟାନ ଦେବାକୁ ମଧ୍ୟ କହିଥିଲେ । ଏହା ପରେ ଫୁଲକିମୁଣ୍ଡା ପଂଚାୟତ ଉଚ୍ଚ ବିଦ୍ୟାଳୟ ରେ ଛାତ୍ର ଛାତ୍ରୀଙ୍କୁ ମହାମହିମ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଙ୍କ ଉଦାହରଣ ତଥା ରାଷ୍ଟ୍ରୀୟ ଶିକ୍ଷାନୀତି ବିଷୟରେ ଉଦ୍ବୋଧନ ଦେଇଥିଲେ । ପରେ ମିଶନ ଶକ୍ତି ମହିଳାମାନଙ୍କୁ ଭେଟି ଶାଢୀ ର ପ୍ରଚାରପ୍ରସାର ସହ ଉଚ୍ଚକୋଟିର ଡିଜାଇନ ଦ୍ୱାରା ଲୋକଙ୍କ ପାଖରେ ପହଞ୍ଚେଇବାକୁ ପରାମର୍ଶ ଦେଇଥିଲେ ।

ଏହା ପରେ ଖପ୍ରାଖୋଲର ଗୋଷ୍ଠି ସ୍ବାସ୍ଥ୍ୟ କେନ୍ଦ୍ର ପରିଦର୍ଶନ କରିଥିଲେ ।ବ୍ୟବହାର ଭଲ କଲେ ଜଣେ ରୋଗୀ ସକାରାତ୍ମକ ଚିନ୍ତାଧାରା ବୃଦ୍ଧି ହେବ ସହ ରୋଗ ର ପ୍ରଭାବ କମିଥାଏ ବୋଲି ଉପସ୍ଥିତ ଡାକ୍ତର ମାନଙ୍କୁ ଜଣେଇଥିଲେ । ମଧ୍ୟାନ ଭୋଜନ ପୂର୍ବରୁ ସେ ହରିଶଙ୍କର ମନ୍ଦିର ଯାଇ ପୂଜାର୍ଚ୍ଚନା କରିଥିଲେ । ଏହା ପରେ ଉଳବା ପ୍ରଧାନ ମନ୍ତ୍ରୀ ଗ୍ରାମୀଣ ଆବାସ ଯୋଜନା ରେ ଘର ପାଇଥିବା ହିତାଧିକାରୀଙ୍କ ଘର ବୁଲି ଦେଖିଥିଲେ । ପରେ ବିଭିନ୍ନ ଲୋକଙ୍କ ସମସ୍ୟା ବିଷୟରେ ଆଲୋଚନା କରିଥିଲେ ।

I don’t think the title of your article matches the content lol. Just kidding, mainly because I had some doubts after reading the article.
Thank you for your sharing. I am worried that I lack creative ideas. It is your article that makes me full of hope. Thank you. But, I have a question, can you help me?