ଆଜି ମାଟ୍ରିକ ରେଜଲ୍ଟ, ୧୨ଟା ପରେ ୱେବସାଇଟରେ ଉପଲବ୍ଧ

ମାଧ୍ୟମିକ ଶିକ୍ଷା ପରିଷଦ ବା BSE ଦ୍ୱାରା ପରିଚାଳିତ ୨୦୨୩ ମାଟ୍ରିକ୍‌, ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ୍‌ ପରୀକ୍ଷାଫଳ ଆଜି ଦିନ ୧୦ଟାରେ ପ୍ରକାଶ ପାଇବ । କଟକସ୍ଥିତ ବୋର୍ଡ ମୁଖ୍ୟାଳୟରେ ଗଣଶିକ୍ଷା ବିଭାଗ ମନ୍ତ୍ରୀ ଓ ସଚିବଙ୍କ ଉପସ୍ଥିତିରେ ପରୀକ୍ଷାଫଳ ଘୋଷଣା ହେବ । ଦିନ ୧୨ଟା ସୁଦ୍ଧା ୱେବ୍‌ସାଇଟ୍‌ ଓ ଏସ୍‌ଏମ୍‌ଏସ୍‌ ଜରିଆରେ ପରୀକ୍ଷାଫଳ ଉପଲବ୍ଧ ହୋଇଯିବ ବୋଲି ବୋର୍ଡ ପକ୍ଷରୁ ସୂଚନା ମିଳିଛି ।

ଛାତ୍ରଛାତ୍ରୀ ନିଜ ମୋବାଇଲରୁ ମଧ୍ୟ ପରୀକ୍ଷାଫଳ ଜାଣିପାରିବେ । OR10 ନିଜର ରୋଲ୍‌ ନମ୍ବର ଲେଖି 5676750 ନମ୍ବରକୁ ଏସ୍‌ଏମ୍‌ଏସ୍‌ କଲେ ପରୀକ୍ଷାଫଳ ଜାଣିପାରିବେ । ଏହାବ୍ୟତୀତ ବୋର୍ଡର ୱେବ୍‌ସାଇଟ୍‌ www.bseodisha.ac.inରେ ମଧ୍ୟ ପରୀକ୍ଷାଫଳ ଉପଲବ୍ଧ ହେବ ବୋଲି ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି ।

ଚଳିତବର୍ଷ ୫ଲକ୍ଷ ୪୧ ହଜାର ୨୪୭ଜଣ ଛାତ୍ରଛାତ୍ରୀ ପରୀକ୍ଷା ପାଇଁ ଫର୍ମ ପୂରଣ କରିଥିଲେ । ସେମାନଙ୍କ ମଧ୍ୟରୁ ୫ ଲକ୍ଷ ୩୨ ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି । ମାର୍ଚ୍ଚ ୧୦ରୁ ୨୦ ତାରିଖ ଯାଏ ପରୀକ୍ଷା ଅନୁଷ୍ଠିତ ହୋଇଥିଲା । ରାଜ୍ୟର ୩୨୧୮ଟି ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଦେଇଥିଲେ ଛାତ୍ରଛାତ୍ରୀ । ଏପ୍ରିଲ୍‌ ୩ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର ୫୫ଟି କେନ୍ଦ୍ରରେ ଖାତା ମୂଲ୍ୟାୟନ କରାଯାଇଥିଲା । ଆଜି ରେଜଲ୍ଟ ଆସୁଥିବାରୁ ପରୀକ୍ଷାଥୀମାନେ ବେଶ୍ ଖୁସି ଅଛନ୍ତି ।

Leave a Reply

Your email address will not be published. Required fields are marked *