ଓଡିଶାକୁ ଦେଶ ବିଦେଶରେ ବଦନାମ ପାଇଁ ଷଡଯନ୍ତ୍ର କରୁଛି: ବିଜେପି

ଓଡିଶାର ଶିଳ୍ପ ବିକାଶରେ ଅସହିଷ୍ଣୁ ହୋଇପଡିଛି ବିଜେପି। ସଂକୀର୍ଣ୍ଣ ସ୍ୱାର୍ଥ ପାଇଁ ମିଥ୍ୟା ପ୍ରଚାର ଚଳାଇଛି ରାଜ୍ୟ ବିଜେପି। ନିଜର ସଂକୀର୍ଣ୍ଣ ସ୍ୱାର୍ଥ ପାଇଁ ଓଡ଼ିଶାକୁ ବଦନାମ କରିବାର ଅଭ୍ୟାସ ଓଡ଼ିଶା ବିଜେପିର ରହିଛି। ତେଣୁ ଏହା ଜାଣିଶୁଣି ଓଡ଼ିଶାର ଶିଳ୍ପ ବିକାଶକୁ ନେଇ ମିଥ୍ୟା ଓ ମନଗଢ଼ା ପ୍ରଚାର ଚଳାଇଛି। ତେଣୁ ଓଡିଶା ବିଜେପି ଓଡ଼ିଶାବାସୀଙ୍କୁ ଯେଭଳି ବିଭ୍ରାନ୍ତ କରୁଛି ତାହାକୁ ରୋକିବା ପାଇଁ ଓଡ଼ିଶାବାସୀଙ୍କୁ ସତ ଜାଣିବା ନିହାତି ଜରୁରୀ ବୋଲି କହିଛନ୍ତି ବିଜେଡି ମୁଖପାତ୍ର ଲେନିନ ମହାନ୍ତି ଓ ସୋଫିଆ ଆଲାମ। ଆଉ କହିଛନ୍ତି ଗତ ୨୩ ବର୍ଷ ମଧ୍ୟରେ ଶିଳ୍ପାୟନ ଓ ରୋଜଗାର ଯୋଗାଇବା ପଥରେ ଦ୍ରୁତ ଗତିରେ ଅଗ୍ରସର ହୋଇଛି। ୨୦୨୧-୨୨ ବର୍ଷ ପାଇଁ ସର୍ବାଧିକ ରାଜସ୍ୱ ବଳକା ରାଜ୍ୟ ଭାବେ ଓଡିଶା ଭାରତର ଏକ ନମ୍ବର ରାଜ୍ୟ ଭାବେ ପରିଗଣିତ ହୋଇଛି। ଭାରତର ଦ୍ରୁତ ଅଭିବୃଦ୍ଧି ରାଜ୍ୟ ତାଲିକାର ଶୀର୍ଷରେ ରହିଛି ଓଡ଼ିଶା ଏବଂ କ୍ରମାଗତ ଭାବେ ୧୧.୫ ପ୍ରତିଶତ ଅଭିବୃଦ୍ଧି ହାର ସହ ଜାତୀୟ ହାର ଠାରୁ ଅଧିକ ଅଛି।

2 thoughts on “ଓଡିଶାକୁ ଦେଶ ବିଦେଶରେ ବଦନାମ ପାଇଁ ଷଡଯନ୍ତ୍ର କରୁଛି: ବିଜେପି

Leave a Reply

Your email address will not be published. Required fields are marked *