ପାରାଦ୍ଵୀପ କଲେଜର ସୁବର୍ଣ୍ଣ ଜୟନ୍ତୀ କାର୍ଯ୍ୟକ୍ରମରେ ଯୋଗ ଦେଇ କାର୍ଯ୍ୟକ୍ରମକୁ ଉଦ୍ଘାଟନ କଲେ ଓଡ଼ିଶାର ମହାମହିମ ରାଜ୍ୟପାଳ ଡଃ ହରି ବାବୁ କମ୍ଭମପତି ।
ଏହାସହ ତିନିଦିନ ଧରି ଚାଲିବାକୁ ଥିବା କାର୍ଯ୍ୟକ୍ରମର ଉଦଘାଟନୀ ସମାରୋହରେ ଉଚ୍ଚଶିକ୍ଷା, କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ଜଗତସିଂହପୁର ସାଂସଦ ବିଭୂପ୍ରସାଦ ତରାଇ, ଶିଳ୍ପ ମନ୍ତ୍ରୀ ସମ୍ପଦ ସ୍ବାଇଁ, ପାରାଦ୍ଵୀପ ମ୍ୟୁନିସିପାଲଟି ଅଧ୍ୟକ୍ଷ ବସନ୍ତ ବିଶ୍ବାଳ, ପାରାଦ୍ଵୀପ ବନ୍ଦର ଅଧ୍ୟକ୍ଷ ପି ଏଲ ହାରାନାଦ, ଜଗତସିଂହପୁର ଜିଲ୍ଲାପାଳ ଜେ ସୋନାଲ ଯୋଗଦେଇଥିବା ବେଳେ କଲେଜ ଅଧ୍ୟକ୍ଷା ଡଃ ସସ୍ମିତା ଶତପଥୀ ଅଧ୍ୟକ୍ଷତା କରିଥିଲେ।
ଏହି କାର୍ଯ୍ୟକ୍ରମରେ ବହୁ ପୁରାତନ ଛାତ୍ର ଛାତ୍ରୀ, ଶିକ୍ଷକ ଓ କଲେଜର ଛାତ୍ର ଛାତ୍ରୀ ଯୋଗଦେଇଥିଲେ। ପରେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।