
ଜେଲରୁ ମୁକୁଳିଲେ ଲେଡି ବ୍ଲାକମେଲର ତଥା ହନିଟ୍ରାପ୍ କ୍ୱିନ୍ ଭାବେ ଜଣା ଅର୍ଚ୍ଚନା ନାଗ୍ ।୧୪ ମାସ ପରେ ଝାରପଡ଼ା ଜେଲରୁ ବାହାରିଲେ ଅର୍ଚ୍ଚନା । ଅର୍ଚ୍ଚନାଙ୍କୁ ନେବାକୁ ଜେଲ୍କୁ ଆସିଥିଲେ ସ୍ୱାମୀ ଜଗବନ୍ଧୁ ଚାନ୍ଦ। ଅନ୍ୟପଟେ ଜେଲ୍ରୁ ବାହାରିବା ପରେ ଗଣମାଧ୍ୟମକୁ ଅର୍ଚ୍ଚନା ନାଗ କହିଛନ୍ତି କୋର୍ଟଙ୍କ ଦ୍ୱାରସ୍ଥ ହେବେ ।ଏବଂ ତାଙ୍କ ପାଖରେ ଯେଉଁ ସବୁ ପ୍ରମାଣ ଅଛି ତାହା ସେ କୋଟଙ୍କୁ ଦାଖଲ କରିବେ । ଗତ ୪ ତାରିଖରେ ଅର୍ଚ୍ଚନା ନାଗଙ୍କୁ ଜାମିନ ମିଳିଥିଲା । ଇଡି ମାମଲାରେ ଅର୍ଚ୍ଚନାଙ୍କୁ ହାଇକୋର୍ଟ ଜାମିନ ପ୍ରଦାନ କରିଥିଲେ । ତେଣୁ ସେ ଆଜି ଜେଲରୁ ମୁକୁଳିଛନ୍ତି । ପୂର୍ବରୁ ୨ଟି ମାମଲାରେ ମଧ୍ୟ ଅର୍ଚ୍ଚନାଙ୍କୁ ଜାମିନ ପ୍ରଦାନ କରିଥିଲେ କୋର୍ଟ ।ତବେ ଏଠାରେ କହିରଖୁଛୁ ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗ ବଡ଼ବଡ଼ିଆଙ୍କୁ ହନିଟ୍ରାପରେ ଫସାଇ କୋଟି କୋଟି ଟଙ୍କା ସମ୍ପତ୍ତିର ମାଲିକ ହୋଇଥିବା ଅଭିଯୋଗ ହେବା ପରେ ସମଗ୍ର ରାଜ୍ୟରେ ଏହା ଚହଳ ପକାଇଥିଲା । ଏହି ଘଟଣାରେ ଜଣକ ପରେ ଜଣେ ନେତାଙ୍କ ନାଁ ମଧ୍ୟ ସାମ୍ନାକୁ ଆସିଥିଲା । ଘଟଣାକୁ ନେଇ ଯାଞ୍ଚ କରିବା ପରେ ଜଣକ ପରେ ଜଣକୁ ଅଫିସକୁ ଡକାଇ ଜେରା କରିଥିଲା ଇଡି ।